ଦାବି ପରେ ବି ନିର୍ମାଣ ହେଉନି ରାସ୍ତା, ଗାଁକୁ ଯିବାକୁ ହେଲେ…

କେସିଙ୍ଗା,୧୯ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କସୃପଡ଼ା ପଞ୍ଚାୟତ ଅଧିନସ୍ଥ ସିଂହଝରଣ ଗ୍ରାମକୁ ସଂଯୋଗ ହୋଇଥିବା ରାସ୍ତା ଦୀର୍ଘବର୍ଷଠାରୁ ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ବହୁବାର ସ୍ଥାନୀୟ ସରପଞ୍ଚଠାରୁ ବ୍ଲକର ବିଡିଓଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଜାତୀୟ ରାଜପଥ ୨୬ ଶ୍ରୀଅରବିନ୍ଦ ଛକଠାରୁ ସିଂହଝରଣ ଗ୍ରାମକୁ ସଂଯୋଗ ହୋଇଥିବା ପ୍ରାୟ ୫ କିମି ରାସ୍ତାକୁ ଦୀର୍ଘ ୨୫ ବର୍ଷ ତଳେ ଆରଡି ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିଲା। ବଜ୍ରଗଡ଼ ଜଙ୍ଗଲ ଭିତର ଦେଇ ସିଂହଝରଣ ଗ୍ରାମକୁ ଏହି ରାସ୍ତା ଯାଇଥିବାରୁ ବିଭାଗୀୟ ପକ୍ଷରୁ ପୁନର୍ବାର ମରାମତି କରିବାକୁ ଚାହୁଁନାହାନ୍ତି। କାରଣ ଜଙ୍ଗଲ ରାସ୍ତା ଥିବାରୁ ପ୍ରଶାସନ ଗୁରୁତ୍ୱ ଦେଉନାହିଁ।
ଏହି ରାସ୍ତା ନିର୍ମାଣ କରିବା ପାଇଁ ଗ୍ରାମବାସୀ ସ୍ଥାନୀୟ ସରପଞ୍ଚ, ବିଡିଓ ଏବଂ ଜିଲାପାଳଙ୍କ ଜନଶୁଣାଣି ଶିବିରରେ ବହୁବାର ଲିଖିତ ଅଭିଯୋଗ କରିଛନ୍ତି। ଜାତୀୟ ରାଜପଥ ୨୬ଠାରୁ ଗାଁକୁ ଯିବା ପାଇଁ ରହିଛି ଏକ ମାତ୍ର ରାସ୍ତା । ଯାହାର ଅବସ୍ଥା ନ କହିଲେ ଭଲ ପୂର୍ବରୁ ପିଚୁ ରାସ୍ତା ଥିଲା ବେଳେ ଟ୍ରାକ୍ଟର ଚାଲି ରାସ୍ତାକୁ ଖରାପ କରିଦେଇଛି ।ଜାଗା ଜାଗାରେ ବଡ଼ବଡ଼ ଖାଲ ହୋଇ, ପିଚୁ ଉଠି ଯାଇ ଚିପ୍ସ କେବଳ ଦେଖାଯାଉଛି। ଲୋକମାନେ ଚାଲି ଯିବାକୁ ପାଇଁ ମଧ୍ୟ ଅସୁବିଧା ଭୋଗୁଛନ୍ତି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ଅନ୍ୟପକ୍ଷରେ ଅଞ୍ଚଳରେ କିଛି ସରକାରୀ ଜମି ରହିଥିବା ବେଳେ କେତେକ ଲୋକ ସେହି ସରକାରୀ ଜମିକୁ ଜବରଦଖଲ କରି ରଖିଛନ୍ତି। ସେହି ସରକାରୀ ଜାଗାଗୁଡ଼ିକୁ ମାପ କରି କରିବା ପାଇଁ ଗ୍ରାମବାସୀ ସ୍ଥାନୀୟ ପ୍ରଶାସନକୁ ଜଣାଇଥିଲେ ମଧ୍ୟ ପ୍ରଶାସନ କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଯଥାଶୀଘ୍ର ଏହି ରାସ୍ତା ନିର୍ମାଣ କରିବା ସହ ସରକାରୀ ଜାଗାକୁ ଉଚ୍ଛେଦ କରିବାକୁ ଗ୍ରାମବାସୀ ଦୃଢ଼ ଦାବି କରିଛନ୍ତି। ଏହି ସିଂହଝରଣ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷୟିତ୍ରୀମାନେ ଉକ୍ତ ରାସ୍ତା ଦେଇ ସ୍କୁଟିରେ ଯିବାବେଳେ ବହୁବାର ପଡ଼ିି ଯାଉଛନ୍ତି। ଗ୍ରାମବାସୀ କସୃପଡ଼ା ପଞ୍ଚାୟତକୁ ଚାଉଳ, ମାଣ୍ଡିଆ, ପିଡିଏସ୍‌ ସାମଗ୍ରୀ ଆଣିବାକୁ ଗଲେ ବର୍ଷାଋତୁରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏନେଇ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କୁ ପଚାରିବାରୁ ମୁଁ ସମିତି ମିଟିଂରେ ପ୍ରସ୍ତାବ ଦେଇଛି ବୋଲି କହିଛନ୍ତି। ଏ ସଂକ୍ରାନ୍ତରେ ଆର୍‌ଡି ବିଭାଗର କନିଷ୍ଠଯନ୍ତ୍ରୀ ତପନ କୁମାର ବଡ଼ନାୟକଙ୍କୁ ପଚାରିବାରୁ ବାରମ୍ବାର ଏସିଙ୍କୁ ବଦଳି ହେବା ଯୋଗୁ କେସିଙ୍ଗା ଅଞ୍ଚଳ ବିଭିନ୍ନ ରାସ୍ତାର ସର୍ଭେ ଓ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେବାରେ ବ୍ୟାହତ ହେଉଛି ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri