ରାସ୍ତା, ଡ୍ରେନେଜ୍‌ ସମସ୍ୟାରୁ ନିସ୍ତାର ମିଳୁନି

କେନ୍ଦୁଝର,୩୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝରଗଡ଼ ପୌରପାଳିକା ଗୁରୁବାର ୭୩ତମ ସ୍ବାୟତ୍ତ ଶାସନ ଦିବସ ପାଳନ କରିବାକୁ ଯାଉଛି। ମାତ୍ର ପୌର ପ୍ରଶାସନ ସହରବାସୀ ଆଜି ବି ରାସ୍ତା ଭଳି ମୌଳିକ ସୁବିଧାରୁ ବଞ୍ଚତ୍ତ ରହିଛି। ଅନେକ ସାହିରେ ରାସ୍ତା ନ ଥିବା ବେଳେ ଡ୍ରେନେଜ୍‌ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ଏଥିସହ ଜବରଦଖଲ ଓ ଟ୍ରାଫିକ୍‌ ଜାମ ସମସ୍ୟାର ସୁଧାର ଆସୁନାହିଁ। ପୌର ପ୍ରଶାସନ ସହରବାସୀଙ୍କ ସମସ୍ୟା ପ୍ରତି ଗୁରୁତ୍ୱ ଦେଉ ନ ଥିବାରୁ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ଅନୁଯାୟୀ, ୨୧ ଓ୍ବାର୍ଡ ବିଶିଷ୍ଟ ପୌରପାଳିକାର ଜନସଂଖ୍ୟା ୧ ଲକ୍ଷରୁ ଊର୍ଦ୍ଧ୍ୱ ରହିଛି। ପୌରାଞ୍ଚଳର ମାଷ୍ଟରପ୍ଲାନ ଅନୁଯାୟୀ ଗୃହ, ରାସ୍ତା, ଡ୍ରେନେଜ ଆଦି କରାଯାଇ ନ ଥିବାରୁ ରାସ୍ତା ଘାଟ ସମସ୍ୟା ସହିତ ଡେନ୍ରେଜ ସମସ୍ୟା ସର୍ବାଗ୍ରେ ରହିଛି। ଅଣଓସାରିଆ ରାସ୍ତା ଫଳରେ ଅନେକ ସାହିରେ ଜରୁରିକାଳୀନ ଆମ୍ବୁଲାନ୍ସ, ଦମକଳ ଗାଡ଼ି, ସେସ୍‌ପୁଲ, ପାଣି ଟ୍ୟାଙ୍କର, ସ୍କୁଲ ଭ୍ୟାନ ଆଦି ପ୍ରବେଶ କରି ପାରୁନାହିଁ ବୋଲି ନାଗରିକ ମଞ୍ଚର କାର୍ଯ୍ୟକାରୀ ସଭାପତି ଅଜୟ କୁମାର ସାହୁ କହିଛନ୍ତି। ଅନେକ ସାହି ରାସ୍ତା ଏବେ ମଧ୍ୟ କଂକ୍ରିଟକରଣ ହୋଇପାରିନାହିଁ। ସେହିପରି ଡ୍ରେନେଜ୍‌ ସୁବିଧା ନ ଥିବାରୁ ବର୍ଷା ହେଲେ ଅନେକ ସାହି ଜଳମଗ୍ନ ହୋଇ ଯାତାୟାତରେ ବ୍ୟାଘାତ ସୃଷ୍ଟି କରୁଛି ବୋଲି ସାମାଜିକ କର୍ମୀ ପ୍ରଦୀପ ମହାନ୍ତି କହିଛନ୍ତି। ଅନ୍ୟତମ ପ୍ରମୁଖ ସମସ୍ୟା ହେଉଛି ମଇଳା ଆବର୍ଜନ ପରିଚାଳନା। ଠିକ୍‌ ଭାବରେ ୱାର୍ଡ ସଫେଇ ହେଉ ନ ଥିବାବେଳେ ଅନେକ ସ୍ଥାନରେ କୁଢ଼କୁଢ଼ ମଇଳା ଜମାହୋଇ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରୁଛି। ବର୍ଜ୍ୟବସ୍ତୁ ପରିଚାଳନା ଠିକ୍‌ ଭାବରେ ହୋଇପାରୁନାହିଁ। ଫଳରେ ମ୍ୟାଲେରିଆ, ଡେଙ୍ଗୁ, ଡାଇରିଆ ଆଦି ରୋଗ ବ୍ୟାପିବା ଆଶଙ୍କାରେ ସାହିବାସୀ ଭୟଭୀତ ହୋଇ ରହୁଛନ୍ତି ବୋଲି ସାମାଜିକ କର୍ମୀ ଦୀପୁ ପଟ୍ଟନାୟକ କହିଛନ୍ତି। ଡିଏମ୍‌ଏଫ୍‌ ଅର୍ଥରେ ପାର୍କ, ପୋଖରୀ ପୁନରୁଦ୍ଧାର କରାଯାଇ ଲୋକଙ୍କଠାରୁ ପ୍ରବେଶ ଫି ଆଦାୟ କରାଯାଉଛି। ସହରବାସୀଙ୍କୁ ମୌଳିକ ସୁବିଧା ପ୍ରଦାନ କରାଯାଉନାହିଁ ବୋଲି ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ଅସନ୍ତୋଷ ବ୍ୟକ୍ତ କରି ତୁରନ୍ତ ପ୍ରବେଶ ଫି ପ୍ରତ୍ୟାହାର ଦାବି କରିଛନ୍ତି। ସହରରେ ଜବରଦଖଲ ସମସ୍ୟା ଉକତ୍ଟ ହେଉଛି। ଠିକ୍‌ ପାର୍କିଂ ବ୍ୟବସ୍ଥା ନ ଥିବାରୁ ଟ୍ରାଫିକ ସମସ୍ୟା ଉକତ୍ଟ ହୋଇଛି ବୋଲି ପୂର୍ବତନ ଅଧ୍ୟକ୍ଷ ପ୍ରଭଞ୍ଜନ ପଟ୍ଟନାୟକ ଓ ଅନ୍ୟ ବରିଷ୍ଠ ନାଗରିକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?