ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି। ମାତ୍ର ନିୟମିତ ବହୁସଂଖ୍ୟକ ବାଲି, ମାଟି ବୋଝେଇ ଗାଡ଼ି ଗୁଡ଼ିକ ରାସ୍ତାରେ ଚଳାଚଳ କରୁଥିବାରୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମିତ ରାସ୍ତା ମଧ୍ୟ କ୍ଷତିଗ୍ରସ୍ତ ହେବାରେ ଲାଗିଛି। ବରଗଡ଼ ବ୍ଲକ ଅନ୍ତର୍ଗତ ଲାଉନସରା ଗ୍ରାମରେ ଚାଲିଥିବା ରାସ୍ତା ଉନ୍ନତିକରଣରେ ବର୍ତ୍ତମାନ ଏଭଳି ସମସ୍ୟା ଉପୁଜିଛି।
ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଉକ୍ତ ରାସ୍ତାର ଉନ୍ନତିକରଣ ଚାଲିଛି। ରାସ୍ତା ଉନ୍ନତିକରଣ କାର୍ଯ୍ୟ ସରି ନାହିଁ। ଅନ୍ୟପଟେ ଏହି ରାସ୍ତା ଦେଇ ସ୍ଥାନୀୟ ଜୀରାନଦୀରୁ ପ୍ରତିଦିନ ବହୁସଂଖ୍ୟାରେ ବାଲି ବୋଝେଇ ହାଇୱା ଗାଡ଼ି ଗୁଡ଼ିକ ଚଳାଚଳ କରୁଛି। ଫଳରେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ଏହି ରାସ୍ତାର ଉନ୍ନତିକରଣ କାର୍ଯ୍ୟ ନ ସରୁଣୁ ରାସ୍ତାଟି ପୂର୍ବାପେକ୍ଷା ଆହୁରି ଶୋଚନୀୟ ହୋଇ ପଡୁଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ତେଜିବାରେ ଲାଗିଛି। ଅନ୍ୟପଟେ ଏହି ଗାଡ଼ି ଗୁଡ଼ିକ ପ୍ରତି ପୋଲିସ କିମ୍ବା ମାଇନ୍ସ ବିଭାଗ କୌଣସି ପଦକ୍ଷେପ ନ ନେବା ସମସ୍ତଙ୍କୁ ଚକିତ କରି ପକାଇଛି।
ଏଠାରେ ଉଲ୍ଲେଖନୀୟ, ଲାଉନସରା ଗ୍ରାମର ଜନସଂଖ୍ୟା ୩ହଜାର ଟପିବ। ଗ୍ରାମଟି କୃଷି ବହୁଳ ଅଟେ। ବରଗଡ଼ ବ୍ଲକର ଶେଷସୀମା ତଥା ଜୀରାନଦୀ ମୁହାଣରେ ଏହି ଗ୍ରାମ ରହିଛି। ତେବେ ଉକ୍ତ ଗ୍ରାମ ଦେଇ ରାସ୍ତାଟି ତୁମଗାଁ, ତୁରୁଙ୍ଗା, କୁମ୍ଭାରୀ ଆଦି ଗ୍ରାମକୁ ସଂଯୋଗ କରୁଛି। ଏହି ରାସ୍ତାଟି ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ ହୋଇ ଉନ୍ନତିକରଣ କାର୍ଯ୍ୟ ଚାଲିଥିବା ଯୋଗୁ ଅଞ୍ଚଳବାସୀ ଖୁସି ହୋଇଛନ୍ତି। ମାତ୍ର ବାଲି ବୋଝେଇ ହାଇୱା ଗାଡ଼ି ଆରମ୍ଭରୁ ରାସ୍ତାକୁ କ୍ଷତିଗ୍ରସ୍ତ କରି ଦେଉଥିବାରୁ ଅସନ୍ତୋଷ ତେଜିବାରେ ଲାଗିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?