ମରଣଯନ୍ତା ପାଲଟିଛି ରାସ୍ତା: ଯାତାୟାତ ପାଇଁ ଲୋକେ ହନ୍ତସନ୍ତ

ବୁଗୁଡ଼ା,୨୯।୯(କାଳିଚରଣଦାଶ): ବୁଗୁଡ଼ା ବ୍ଲକର ବିଭିନ୍ନ ଗ୍ରାମକୁ ଯାତାୟାତ ନିମନ୍ତେ ଉଦ୍ଦିଷ୍ଟ ବୁଗୁଡା-ବେତାରସିଂ ରାସ୍ତା ଏବେ ଲୋକଙ୍କ ପାଇଁ ମରଣଯନ୍ତା ପାଲଲଟିଛି। ସେହି ରାସ୍ତା ଅନେକ ଛୋଟ ବଡ ଖାଲଖମାରେ ପରିପୂର୍ଣ୍ଣ ଯୋଗୁ ଲୋକଙ୍କ ଯାତାୟାତରେ ନାହିଁ ନଥିବା ଅସୁବିଧା ହେଉଛି। ବର୍ଷା ସମୟରେ ମାଳମାଳ ଜଳପୂର୍ଣ୍ଣ ଖାଲଖମା କାରଣରୁ ଅନେକ ଦୁର୍ଘଟଣା ମଧ୍ୟ ଘଟୁଛି। ଯାତାୟାତ ପାଇଁ ସେହି ରାସ୍ତା ଉପରେ ବିଶେଷ କରି ଗୋଳାବନ୍ଧ ପଞ୍ଚାୟତର ଅନେକ ଗ୍ରାମର ଅଧିବାସୀଙ୍କ ସମେତ ସ୍କୁଲ ଓ କଲେଜ ପଢୁଆ ଛାତ୍ରୀଛାତ୍ର ନିର୍ଭର କରୁଛନ୍ତି। କିନ୍ତୁ ଏବେ ତାହା ସେମାନଙ୍କ ସକାଶେ ମରଣଯନ୍ତା ପାଲଟିଛି। ତେବେ ଏହି ରାସ୍ତାର ଦୂରବସ୍ଥା ସ୍ଥାନୀୟ ପ୍ରଶାସନ ଏବଂ ଜନପ୍ରତିନିଧିଙ୍କ ଦୃଷ୍ଟି ଆଢୁଆଳରେ ରହିଯାଇଥିବାରୁ ସାଧାରଣରେ ପ୍ରବଳ ଅସନ୍ତୋଷ ଦେଖାଦେଇଛି। ଏହି ବିପଜ୍ଜନକ ରାସ୍ତାର ଦୂରାବସ୍ଥା ପାଇଁ ଏକ ଠିକା ସଂସ୍ଥାର ମାଳମାଳ ଭାରିଯାନ ଚଳାଚଳ ଦାୟୀ ବୋଲି ସାଧାରଣରେ ଆଲୋଚନା ହେଉଥିଲେ ହେଁ ଏହାର କୌଣସି ପ୍ରତିକାର ହୋଇପାରୁନଥିବା ଅଭିଯୋଗ ହେଉଛି। ସ୍ଥାନୀୟ ପ୍ରଶାସନିକ ଉଦାସୀନତାର କୁଫଳ ସାଧାରଣ ଜନତା ଭୋଗୁଛନ୍ତି। ତେବେ ଲୋକଙ୍କ ହିତକୁ ପ୍ରାଥମିକତା ଦେଇ ଯଥାଶୀଘ୍ର ଉକ୍ତ ରାସ୍ତାର ମରାମତି ଦିଗରେ ପଦକ୍ଷେପ ଗ୍ରହଣ କରିବା ପାଇଁ ପ୍ରଶାସନିକ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri