ବର୍ଷା ହେଲେ ବିଦ୍ୟାଳୟ ଯିବା ରାସ୍ତା କର୍ଦ୍ଦମାକ୍ତ, ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୨୪ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ନୂଆପଡ଼ା ପାଖ ବ୍ରିଜଠାରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଖାପାଖି ୨ଶହରୁ ୩ଶହ ମିଟର ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତା ସାରା ଖାଲଖମା ହୋଇରହିଥିବା ବେଳେ ଏବେ ଲଘୁଚାପଜନିତ ବର୍ଷା ଯୋଗୁ କାଦୁଅରେ ବେହାଲ ହୋଇପଡ଼ିଛି। ଫଳରେ ବିଦ୍ୟାଳୟକୁ ଯାତାୟାତ କରୁଥିବା ଛାତ୍ରୀଛାତ୍ର, ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ସମେତ ଅଞ୍ଚଳବାସୀ ନାନା ହଇରାଣ ହରକତ ହେବା ସହ କାଦୁଅରେ ପଡ଼ି ଦୁର୍ଦ୍ଦଶା ଭୋଗୁଛନ୍ତି ବୋଲି ଗ୍ରାମବାସୀଙ୍କ ସମେତ ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି।
ପ୍ରକାଶ ଯେ, ଉକ୍ତ ଥୁଆମୂଳ ରାମପୁର ସଦର ଦେଇ ଟିକ୍ରା ଗୁଡ଼ା, ପିଣ୍ଡା ପଦର, ମେଲକୁନ୍ଦେଲ, ବଡ଼ବଣ୍ଡେଲକୁ ଗତ କିଛି ବର୍ଷ ତଳେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରାଯାଇଛି ହେଲେ ମାତ୍ର ୨ଶହ ମିଟରରୁ ଊର୍ଦ୍ଧ୍ୱ ରାସ୍ତା ନିର୍ମାଣ ନ କରି ଛାଡ଼ି ଦିଆଯାଇଛି। ଫଳରେ ବର୍ଷାଦିନ ଆସିଲେ ସେହି ରାସ୍ତାରେ ଏହି ଗ୍ରାମ ସମେତ ନୂଆପଡ଼ା, ପୋଇଗୁଡ଼ା, ଦେରଗୁଡ଼ା, ଜାମଗୁଡ଼ା, ଘୁଟିଗୁଡ଼ା, ବାଇଗଣ ଗୁଡ଼ା ଭଳି ଅନେକ ଗ୍ରାମର ଯିବା ଆସିବା ଗାଡ଼ିମୋଟର ଯାତାୟାତରେ ବାଧାପ୍ରାପ୍ତ ହେବା ସହ ବିଦ୍ୟାଳୟକୁ ଛାତ୍ରୀଛାତ୍ର ଓ ଶିକ୍ଷକ ଶିକ୍ଷୟିତ୍ରୀ ଯିବା ମୁସ୍କିଲ ହୋଇପଡୁଥିବା ଅଞ୍ଚଳବାସୀ କହିଛନ୍ତି। ଏବେ ଜରୁରିକାଳୀନ ସ୍ବାସ୍ଥ୍ୟସେବା ପାଇଁ ଆମ୍ବୁଲାନ୍ସ ଆସିବା ମଧ୍ୟ ସେ ଅଳ୍ପ ଶୋଚନୀୟ ରାସ୍ତାରେ କଷ୍ଟ ହେଉଛି। ଉକ୍ତ ରାସ୍ତାରେ ପାଖାପାଖି ୭ରୁ ୧୦ ଟି ଗ୍ରାମ ତଥା ପଡ଼ାର ଜନସାଧାରଣ ନିର୍ଭର କରୁଥିବା ବେଳେ ସେମାନେ ମଧ୍ୟ ବ୍ଲକ ତଥା ପଞ୍ଚାୟତକୁ ଯିବା ପାଇଁ ସମାନ ଦୁର୍ଦ୍ଦଶା ଭୋଗୁଥିବା ଅଭିଯୋଗ ହୋଇଛି। ତେଣୁ ତୁରନ୍ତ ଉକ୍ତ ରାସ୍ତା ନିର୍ମାଣ କରାଗଲେ ଅଞ୍ଚଳବାସୀଙ୍କ ସମେତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀଛାତ୍ର ଉପକୃତ ହେବେ ବୋଲି ଅଞ୍ଚଳବାସୀ ଦାବି କରୁଛନ୍ତି। ଏନେଇ ବିଡିଓ ଧ୍ରୁବଚରଣ ମୁଦୁଲିଙ୍କୁ ପଚାରିବାରୁ ଯେଉଁଠି ରାସ୍ତା ନିର୍ମାଣ ନହୋଇ ଏମିତି ଶୋଚନୀୟ ଅବସ୍ଥାରେ ରହିଛି ତାହା ସରକାରୀ ଜାଗା ନୁହଁ ତାହା ଏକ ବେସରକାରୀ ଜାଗା ଏଣୁ ସେଠାରେ ରାସ୍ତା ନିର୍ମାଣ କରିବା ସମ୍ଭବ ହୋଇ ପାରୁନାହିଁ, ଆମ ପାଖରେ ପାଣ୍ଠି ଅଛି କିନ୍ତୁ କିଛି କରିପାରୁନାହୁଁ। ଏନେଇ ଆମ ଜିଲାପାଳଙ୍କୁ ମଧ୍ୟ ଜଣାଇଛୁ ହେଲେ ଜମି ବିବାଦ ପାଇଁ ଆମେ କିଛି କରିପାରୁ ନାହୁଁ, ପୂର୍ବରୁ ତହସିଲଦାର ଏବଂ ସେ ଜମି ମାଲିକଙ୍କ ସହ ଆଲୋଚନା ମଧ୍ୟ ହୋଇଛି ହେଲେ ସେ ଜାଗା ଛାଡ଼ିବାକୁ ନାରାଜ ବୋଲି କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri