ରାସ୍ତାକଡ଼ ପାଉଁଶ ଗୁଣ୍ଡ ନେଲା ଶିଶୁର ଜୀବନ: ଖସିଯିବାକୁ ରାଇସ ମିଲ ମାଲିକଙ୍କ ଉଦ୍ୟମ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାସ୍ତାପାଶର୍‌ବରେ ପଡିଥିବା ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ଗୁରୁତର ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧିନ ଥିବା ଜଣେ ନାବାଳକ ଶିଶୁ (୧୨ବର୍ଷ)ଙ୍କ ମୃତ୍ୟୁ ହୋଇଛି। ଘଟଣାଟି ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରି ପକାଇ ଥିବାବେଳେ ଏଭଳି ଏକ ସମ୍ବେଦନଶୀଳ ଘଟଣାରେ ସମ୍ପୃକ୍ତ ରାଇସ ମିଲ ମାଲିକଙ୍କୁ ଖସାଇ ଦେବା ପାଇଁ ଜୋରଦାର୍‌ ଉଦ୍ୟମ ଚାଲିଥିବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ସୂଚନା ଅନୁଯାୟୀ, ଗତ ଫେବୃୟାରୀ ମାସ ୨୬ତାରିଖ ଉକ୍ତ ଗ୍ରାମର ପ୍ରତ୍ୟୁଷ ନାମକ ଶିଶୁ ଜଣକ ଗାଧୋଇବା ପାଇଁ ନିକଟସ୍ଥ ଏକ ନଈ ଝାଇଁଯୋରକୁ ସାଇକେଲ ଯୋଗେ ଯାଉଥିଲେ। ସେ ଯିବା ବାଟରେ ରାସ୍ତା କଡ଼ରେ ପଡିଥିବା ରାଇସମିଲରୁ ନିଷ୍କାସିତ ପାଉଁଶ ଗୁଣ୍ଡ ଉପରେ ପଡି ଯାଇ ଗୁରୁତର ଆହତ ହୋଇଥିଲେ। ତାଙ୍କ ଦୁଇ ଗୋଡ଼ ଓ ହାତ ଗୁରୁତର ଭାବେ ପୋଡ଼ି ଯାଇଥିଲା। ଲୋକେ ତାଙ୍କୁ ଉଦ୍ଧାର କରି ଭୁମିକାରେ, ବୁର୍ଲା ହସ୍ପିଟାଲକୁ ନେଇଥିଲେ। ଗତ ୯ ତାରିଖରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ସେଠାରେ ତାଙ୍କ ଜୀବନ ଚାଲି ଯାଇଥିଲା। ଏହି ଘଟଣା ଏଠାରେ ଆଲୋଡନ ସୃଷ୍ଟି କରିଥିବାବେଳେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବଦଳରେ ପ୍ରଦୁଷଣ ଆଇନ କାନୁନକୁ ବେଖାତିର କରିଥିବା ତଥା ଜାଣିଶୁଣି ଶିଶୁର ଚିକିତ୍ସା ନେଇ ଅବହେଳା କରିଥିବା ସମ୍ପୃକ୍ତ ରାଇସ ମିଲ ମାଲିକଙ୍କୁ ଖସାଇ ଦେବାକୁ କିଛି ଅସାଧୁ ଲୋକ ଉଦ୍ୟମ କରୁଥିବା ସାଧାରଣରେ ଆଲୋଚିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri