Posted inପୁରୀ

କୋଭିଡ୍‌ ଯୋଦ୍ଧା ଘୋଷଣା ଦାବି: ଅଙ୍ଗନଓ୍ବାଡ଼ି କର୍ମୀଙ୍କ ମୃତଦେହ ରଖି ରାସ୍ତାରୋକୋ

କଣାସ,୯।୭(ସ୍ବ.ପ୍ର.)- କଣାସ ବ୍ଲକ ଅନ୍ତର୍ଗତ ଦେଇପୁର ପଞ୍ଚାୟତର କାଙ୍କପୁର ଗ୍ରାମର ୧ନଂ ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମୀ ବାସନ୍ତୀ ସାମଲଙ୍କ ସୋମବାର କ୍ୟାପିଟାଲ ହସ୍ପିଟାଲରେ ମୃତ୍ୟୁ ହୋଇଥିଲା। ଗୁରୁବାର ମୃତଦେହ ଗ୍ରାମକୁ ଆସିଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ ଅଙ୍ଗନଓ୍ବାଡି କର୍ମୀ ବାସନ୍ତୀଙ୍କୁ କୋଭିଡ୍‌ ଯୋଦ୍ଧା ଭାବେ ଘୋଷଣା କରିବା ଦାବିରେ ତାଙ୍କ ମୃତଦେହକୁ ସାମନ୍ତରାପୁରଠାରେ ରାସ୍ତା ଉପରେ ରଖି ରାସ୍ତାରୋକୋ କରିଥିଲେ। ଖବରପାଇ କଣାସ ତହସିଲଦାର ଉମାକାନ୍ତ ରାଉତ, ଗଡିଶାଗୋଦା ଥାନା ଆଇଆଇସି ଦେବାଶିଷ ମିଶ୍ର ପହଞ୍ଚତ୍ ବୁଝାଶୁଝା କରିଥିଲେ ମଧ୍ୟ ସେମାନେ ଶୁଣି ନ ଥିଲେ। ପରେ ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ ଆସି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ବାସନ୍ତୀ ଗ୍ରାମରେ କରୋନା ପରିଚାଳିତ କାର୍ଯ୍ୟରେ ନିୟୋଜିତ ଥିଲେ। ୬ଦିନ ତଳେ ତାଙ୍କ ଦେହ ଅସୁସ୍ଥ ହୋଇ ଗୁରୁତର ହେବାରୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପୂର୍ବରୁ ତାଙ୍କର ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ବୁଧବାର ରିପୋର୍ଟ ନେଗେଟିଭ ଆସିବା ପରେ ଗୁରୁବାର ମୃତଦେହକୁ ଗ୍ରାମକୁ ପଠାଇ ଦିଆଯାଇଥିଲା। ଏହି କଥା ଅନ୍ୟ ଅଙ୍ଗନଓ୍ବାଡି କର୍ମୀମାନେ ଜାଣିବାପରେ ବାସନ୍ତୀଙ୍କୁ କୋଭିଡ ଯୋଦ୍ଧା ଘୋଷଣା ଦାବିରେ ପୂର୍ବାହ୍ନ ୧୦ଟାରୁ ରାସ୍ତାରୋକୋ କରିଥିଲେ। ତହସିଲଦାର ଓ ଆଇଆଇସି ବୁଝାଇବା ପରେ ମଧ୍ୟ ନ ମାନି ବସିରହିବାରୁ ଯାତାୟାତରେ ବାଧାପ୍ରାପ୍ତ ହୋଇଥିଲା। ଦୀର୍ଘ ୬ଘଣ୍ଟା ପରେ ବିଡିଓ ଘଟଣାସ୍ଥଳକୁ ଆସି ସମସ୍ତଙ୍କୁ ବୁଝାଇ ବାସନ୍ତୀଙ୍କ ମୃତ୍ୟୁ କରୋନାରେ ହୋଇ ନ ଥିବାରୁ ସରକାରୀ ଘୋଷଣା କରାଯାଇପାରିବ ନାହିଁ ବୋଲି କହିଥିଲେ। ଏହାସହ ରେଡକ୍ରସ୍‌ ପାଣ୍ଠିରୁ ୨୫ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ। କିନ୍ତୁ ବାସନ୍ତୀ ଗରିବ ପରିବାରର ହୋଇଥିବାରୁ ସରକାରୀ ସହାୟତା ପାଇଁ ଅଙ୍ଗନଓ୍ବାଡି କର୍ମୀମାନେ ବିଡିଓଙ୍କୁ କହିଥିଲେ। ଦାବି ସମ୍ପର୍କରେ ବିଡିଓ ଜିଲାପାଳଙ୍କୁ ଜଣାଇବି ବୋଲି କହିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ...

ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ

ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ...

ମନ୍ତ୍ରୀପଦ ନିମାପଡ଼ା ପାଇଁ ଅଭିଶପ୍ତ

ନିମାପଡ଼ ୧୮ା୪ (ରଞ୍ଜନ କୁମାର ପଟ୍ଟନାୟକ) ମନ୍ତ୍ରୀ ପଦବୀ ନିମାପଡ଼ା ପାଇଁ ଅଭିଶପ୍ତ ସାବ୍ୟସ୍ତ ହୋଇଛି।  ଅତୀତ ପୃଷ୍ଠାକୁ ଓଲଟାଇଲେ ଜଣାପଡ଼େ ନିମାପଡ଼ା ବିଧାନସଭା କ୍ଷେତ୍ରରୁ ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri