Posted inପୁରୀ

କୋଭିଡ୍‌ ଯୋଦ୍ଧା ଘୋଷଣା ଦାବି: ଅଙ୍ଗନଓ୍ବାଡ଼ି କର୍ମୀଙ୍କ ମୃତଦେହ ରଖି ରାସ୍ତାରୋକୋ

କଣାସ,୯।୭(ସ୍ବ.ପ୍ର.)- କଣାସ ବ୍ଲକ ଅନ୍ତର୍ଗତ ଦେଇପୁର ପଞ୍ଚାୟତର କାଙ୍କପୁର ଗ୍ରାମର ୧ନଂ ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମୀ ବାସନ୍ତୀ ସାମଲଙ୍କ ସୋମବାର କ୍ୟାପିଟାଲ ହସ୍ପିଟାଲରେ ମୃତ୍ୟୁ ହୋଇଥିଲା। ଗୁରୁବାର ମୃତଦେହ ଗ୍ରାମକୁ ଆସିଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ ଅଙ୍ଗନଓ୍ବାଡି କର୍ମୀ ବାସନ୍ତୀଙ୍କୁ କୋଭିଡ୍‌ ଯୋଦ୍ଧା ଭାବେ ଘୋଷଣା କରିବା ଦାବିରେ ତାଙ୍କ ମୃତଦେହକୁ ସାମନ୍ତରାପୁରଠାରେ ରାସ୍ତା ଉପରେ ରଖି ରାସ୍ତାରୋକୋ କରିଥିଲେ। ଖବରପାଇ କଣାସ ତହସିଲଦାର ଉମାକାନ୍ତ ରାଉତ, ଗଡିଶାଗୋଦା ଥାନା ଆଇଆଇସି ଦେବାଶିଷ ମିଶ୍ର ପହଞ୍ଚତ୍ ବୁଝାଶୁଝା କରିଥିଲେ ମଧ୍ୟ ସେମାନେ ଶୁଣି ନ ଥିଲେ। ପରେ ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ ଆସି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ବାସନ୍ତୀ ଗ୍ରାମରେ କରୋନା ପରିଚାଳିତ କାର୍ଯ୍ୟରେ ନିୟୋଜିତ ଥିଲେ। ୬ଦିନ ତଳେ ତାଙ୍କ ଦେହ ଅସୁସ୍ଥ ହୋଇ ଗୁରୁତର ହେବାରୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପୂର୍ବରୁ ତାଙ୍କର ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ବୁଧବାର ରିପୋର୍ଟ ନେଗେଟିଭ ଆସିବା ପରେ ଗୁରୁବାର ମୃତଦେହକୁ ଗ୍ରାମକୁ ପଠାଇ ଦିଆଯାଇଥିଲା। ଏହି କଥା ଅନ୍ୟ ଅଙ୍ଗନଓ୍ବାଡି କର୍ମୀମାନେ ଜାଣିବାପରେ ବାସନ୍ତୀଙ୍କୁ କୋଭିଡ ଯୋଦ୍ଧା ଘୋଷଣା ଦାବିରେ ପୂର୍ବାହ୍ନ ୧୦ଟାରୁ ରାସ୍ତାରୋକୋ କରିଥିଲେ। ତହସିଲଦାର ଓ ଆଇଆଇସି ବୁଝାଇବା ପରେ ମଧ୍ୟ ନ ମାନି ବସିରହିବାରୁ ଯାତାୟାତରେ ବାଧାପ୍ରାପ୍ତ ହୋଇଥିଲା। ଦୀର୍ଘ ୬ଘଣ୍ଟା ପରେ ବିଡିଓ ଘଟଣାସ୍ଥଳକୁ ଆସି ସମସ୍ତଙ୍କୁ ବୁଝାଇ ବାସନ୍ତୀଙ୍କ ମୃତ୍ୟୁ କରୋନାରେ ହୋଇ ନ ଥିବାରୁ ସରକାରୀ ଘୋଷଣା କରାଯାଇପାରିବ ନାହିଁ ବୋଲି କହିଥିଲେ। ଏହାସହ ରେଡକ୍ରସ୍‌ ପାଣ୍ଠିରୁ ୨୫ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ। କିନ୍ତୁ ବାସନ୍ତୀ ଗରିବ ପରିବାରର ହୋଇଥିବାରୁ ସରକାରୀ ସହାୟତା ପାଇଁ ଅଙ୍ଗନଓ୍ବାଡି କର୍ମୀମାନେ ବିଡିଓଙ୍କୁ କହିଥିଲେ। ଦାବି ସମ୍ପର୍କରେ ବିଡିଓ ଜିଲାପାଳଙ୍କୁ ଜଣାଇବି ବୋଲି କହିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri