ବନ୍ଧୁକମୁନରେ ଗହଣା ଦୋକାନୀଙ୍କୁ ଲୁଟ୍‌

ମୋରଡ଼ା,୧୪ା୬(ସ୍ମାରକ ମାଝି): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ଶୁଳିଆପଦା ଥାନା ଅଧୀନ ସାତଭାୟା ଛକଠାରେ ଜଣେ ଗହଣା ଦୋକାନୀଙ୍କୁ ଲୁଟ୍‌ କରିଛନ୍ତି କିଛି ଦୁର୍ବୃତ୍ତ। ଦୋକାନୀ ଜଣକ ହେଲେ ଚଢେଇଗାଁ ପଞ୍ଚାୟତର ଅଢେଇକୁଲା ଗ୍ରାମର ସ୍ବପ୍ନେଶର ସିଂହ। ସ୍ବପ୍ନେଶ୍ୱର କୋଷ୍ଠା ତାଙ୍କ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ଦୁଇଟି ବାଇକ୍‌ରେ ୪ ଯୁବକ ସାତଭାୟା ଛକ ନିକଟରେ ତାଙ୍କୁ ଅଟକାଇଥିଲେ ଏବଂ ତାଙ୍କ ମୁଣ୍ଡରେ ବନ୍ଧୁକ ରଖି ନିକଟସ୍ଥ ଏକ ଜଙ୍ଗଲକୁ ନେଇଯାଇଥିଲେ। ୪ ଜଣ ଦୁର୍ବୃତ୍ତ ତାଙ୍କୁ ଏକ ଗଛରେ ବାନ୍ଧି ଦୀର୍ଘ ୫ ଘଣ୍ଟାରୁ ଅଧିକ ସମୟ ଧରି ନିର୍ଧୂମ ମାଡ଼ମାରି ଶାରୀରିକ ନିର୍ଯାତନା ଦେଇଥିଲେ। ତେବେ ରାତି ପ୍ରାୟ ସାଢ଼େ ୧୧ବେଳେ ଦୁର୍ବୃତ୍ତମାନେ ବନ୍ଧୁକମୁନରେ ତାଙ୍କୁ ତାଙ୍କ କୋଷ୍ଠା ବଜାରସ୍ଥିତ ଦୋକାନକୁ ନେଇ ଦୋକାନରୁ ସମସ୍ତ ଗହଣା, ଟଙ୍କା ଲୁଟ୍‌ କରିବା ପରେ ଛାଡ଼ି ଦେଇଥିଲେ। ତେବେ ଏତିକିରେ ଦୁର୍ବୃତ୍ତଙ୍କ ମନ ମାନି ନ ଥିଲା l ଦୁର୍ବୃତ୍ତମାନେ ପୁଣି ତାଙ୍କ ପାଖରୁ ଚାବି ଛଡ଼ାଇ ଦୋକାନକୁ ଯାଇ ଯାହା କିଛି ଦୋକାନରେ ଥିଲା ସମସ୍ତ ନେଇ ପଳାଇଗଲେ।
ଏନେଇ ସ୍ବପ୍ନେଶର ଶୁଳିଆପଦା ଥାନାରେ ଅଭିଯୋଗ କରିବା ପରେ ଶୁଳିଆପଦା ପୋଲିସ, ବାରିପଦା ଏସ୍‌ଡିପିଓ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ସନ୍ଧାନୀ କୁକୁର ସହିତ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri