ନିଶା ଦେଇ ଲୁଟିନେଲେ ଟଙ୍କା, ଗହଣା

ବ୍ରହ୍ମପୁର ଅଫିସ,୨୬।୧୨: ବ୍ରହ୍ମପୁର ସହରରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହେବାରେ ଲାଗିଛନ୍ତି। ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଗ୍ୟାଙ୍ଗ ଜଣଙ୍କ ପରେ ଜଣଙ୍କୁ ଟାର୍ଗେଟ କରୁଛନ୍ତି। ଦୁଇଦିନ ତଳେ ଜଣେ ଯୁବକଙ୍କୁ ମାଡ଼ ମାରି ତାଙ୍କଠାରୁ ଟଙ୍କା ଓ ମୋବାଇଲ ଫୋନ ଲୁଟି ନେଇଥିବା ବେଳେ ବାବାଜୀ ତୋଟା ସାହିରେ ବୃଦ୍ଧ ଦମ୍ପତି ଏକାକୀ ଘରେ ଥିବା ବେଳେ ତାଙ୍କୁ ଟାର୍ଗେଟ କରିଛନ୍ତି।

ରବିବାର ଭୋରୁ ଅବସରପ୍ରାପ୍ତ କର୍ମଚାରୀ ବ୍ରଜବନ୍ଧୁ ତ୍ରିପାଠୀ ଫୁଲ ତୋଳିବାକୁ ବାହାରକୁ ଯାଇଥିଲେ। ଏହାର ସୁଯୋଗ ନେଇ ଲୁଟେରା ଗ୍ୟାଙ୍ଗ ଘରେ ପଶି ବ୍ରଜବନ୍ଧୁଙ୍କ ସ୍ତ୍ରୀ’ଙ୍କୁ ଶୋଇଥିବା ଅବସ୍ଥାରେ ନିଶା ଦେଇ ସେ ପିନ୍ଧିଥିବା ସମସ୍ତ ସୁନା ଗହଣା ଲୁଟି ନେଇଛନ୍ତି। ଏନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ପରେ ପୋଲିସ ଏକ ମାମଲା(ନଂ.୪୫୯/୨୨) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସୁନା ହାର, ଚୁଡ଼ି, ରୁଲି, ହାତ ମୁଦି, କାନ ଝିକା, ଏପରି ୧୫ଭରି ସୁନାଗହଣା ସହ ୮ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୁଷ୍ପାଞ୍ଜଳି ସୁସ୍ଥ ହେବା ପରେ ଘଟଣା ସମ୍ପର୍କରେ ସ୍ବାମୀ ବ୍ରଜବନ୍ଧୁଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri