ଦୋକାନୀଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ

ବଡ଼ଗାଁ,୧୮ା୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଗଙ୍ଗାଜଳ ନିକଟ ସ୍କାନଷ୍ଟିଲ କାରଖାନା ସମ୍ମୁଖ ୧୦ନଂ. ରାଜ୍ୟ ରାଜପଥ ପାର୍ଶରେ ଥିବା ଏକ ଟାୟାର ମରାମତି ଦୋକାନୀଙ୍କୁ ବନ୍ଧୁକ ଓ ଛୁରି ଦେଖାଇ ଦୁର୍ବୃତ୍ତମାନେ ୨୦ହଜାର ଟଙ୍କା ଲୁଟ ନେଇଛନ୍ତି। ଏନେଇ ଦୋକାନୀ ଚନ୍ଦନ କୁମାର ଦାସ ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ବିହାର ମାଥାଡିହି ଗ୍ରାମର ଚନ୍ଦନ କିଛିବର୍ଷ ହେଲା ଗଙ୍ଗାଜଳ ନିକଟରେ ଟାୟାର ମରାମତି ଦୋକାନ କରିବା ସହ ସେଠାରେ ରହୁଛନ୍ତି।

ବୁଧବାର ରାତିରେ ଚନ୍ଦନ ଓ ତାଙ୍କ ସାନ ଭାଇ ପାନାଲାଲ ରୋଷେଇ କରୁଥିବାବେଳେ ଏକ ଟାଟାସୁମୋ କାର ଦୋକାନ ସମ୍ମୁଖରେ ଅଟକିଥିଲା। ଦୋକାନ ମାଲିକ କବାଟ ଖୋଲିବା କ୍ଷଣି ୪ ଜଣ ଦୁର୍ବୃତ୍ତ ଦୋକାନ ଭିତରକୁ ପଶି ଆସିଥିଲେ। ତନ୍ମଧ୍ୟରୁ ଜଣେ ପିସ୍ତଲ ଓ ଅନ୍ୟ ଜଣେ ଛୁରି ଦେଖାଇ ଭୟଭୀତ କରିଥିଲେ। ପାଖରେ ଯାହା ଟଙ୍କା ଅଛି ଦେବାକୁ କହିଥିଲେ। ଏହି ସମୟରେ ଅନ୍ୟ ୨ ଜଣ ଦୋକାନ ବାହାରେ ଜଗି ରହିଥିଲେ। ଦୁର୍ବୃତ୍ତମାନେ ହିନ୍ଦୀରେ କଥା ହେଉଥିଲେ। ୪ ଜଣଙ୍କ ମଧ୍ୟରୁ ୩ଜଣ ମୁଖା ଲଗାଇଥିଲେ। ଶେଷରେ ଚନ୍ଦନଙ୍କ ପାଖରେ ଥିବା ୨୦ ହଜାର ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri