ବନ୍ଧୁକମୁନରେ ପେଟ୍ରୋଲ ପମ୍ପ୍‌ରୁ ୫ ଲକ୍ଷ ଟଙ୍କା ଲୁଟିନେଲେ ଲୁଟେରା

କେନ୍ଦୁଝର,୧୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ବନ୍ଧୁକମୁନରେ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଦୁର୍ବୃତ୍ତମାନେ ୫ ରାଉଣ୍ଡ ଗୁଳି ଫୁଟାଇ ୫ ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ଏଭଳି ଏକ ବଡ଼ଧରଣର ଡକାୟତି ଘଟଣା ବାଂଶପାଳ ବ୍ଲକ ନୟାକୋଟ ଥାନା ଫୁଲଝର ସପ୍ନେଶ୍ୱର ପେଟ୍ରୋଲ ପମ୍ପରେ ବୁଧବାର ରାତିରେ ଘଟିଛି। ପେଟ୍ରୋଲ ପମ୍ପର ଆଇରନ ଚେଷ୍ଟରୁ ଆରମ୍ଭ କରି ସିସିଟିଭି ସବୁ ଲୁଟିନେଇଛନ୍ତି ଦୁର୍ବୃତ୍ତ। ଘଟଣାସ୍ଥଳରେ ପୋଲିସ ଓ ଫରେନ୍‌ସିକ୍‌ ଟିମ୍‌ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛନ୍ତି।

ସୂଚନାନୁଯାୟୀ, ଗତକାଲି ରାତିରେ ୪ ଜଣ ବନ୍ଧୁକଧାରୀ ଫୁଲଝର ପେଟ୍ରୋଲ ପମ୍ପରେ ଗୁଳି ଫୁଟାଇ ଏହାର ଆଇରନ ଚେଷ୍ଟରୁ ୫ ଲକ୍ଷ ଟଙ୍କା ଲୁଟି ନେଇଥିଲେ। ଆଜି ସଦର ଏସ୍‌ଡିପିଓ ଓ ଫରେନ୍‌ସିକ୍‌ ଏକ୍ସପର୍ଟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ୨ଟି ଫୁଟା ଓ ୩ଟି ଅଫୁଟା ଗୁଳି ଜବତ କରିଥିବା ବେଳେ ପମ୍ପ ନିକଟସ୍ଥ ପଡ଼ିଆରୁ ଲକରକୁ ମଧ୍ୟ ଉଦ୍ଧାର କରିଛି। ପ୍ରତ୍ୟକ୍ଷଦର୍ଶୀଙ୍କ ପକ୍ଷରୁ ମିଳିଥିବା ସୂଚନା ମୁତାବକ ୪ ଜଣ ଲୁଟେରା ଲୁଟ୍‌ କରିଥିବା ବେଳେ ପୋଲିସ ତଦନ୍ତ ଜାରି ରହିଛି। ଏନେଇ ଥାନା ଅଧିକାରୀ ଦେବକୀ ନାୟକ କହିଛନ୍ତି ଯେ, ଦୃର୍ବୁତ୍ତଙ୍କୁ ଖୋଜିବା ପାଇଁ ଉଦ୍ୟମ ଚାଲିଛି। ତଦନ୍ତ ପରେ ଲୁଟ୍‌ ଘଟଣାର ଅଧିକ ତଥ୍ୟ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri