ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …

ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି। ଘର ଗ୍ରୀଲ୍‌ ତାଲା ଭାଙ୍ଗି ଘର ଭିତରେ ଥିବା ଦୁଇଟି ଆଲମିରାରୁ ପ୍ରାୟ କେଜିଏ ଓଜନର ସୁନା ଅଳଙ୍କାର, ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ନେଇଯାଇଛନ୍ତି। ଏନେଇ ଗୃହକର୍ତ୍ତା ଖବରଦାତାଙ୍କୁ ସୂଚନା ଦେଇଛନ୍ତି।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ସନ୍ଧାନୀ କୁକୁର ଇ-ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ କରୁଛି। ଲୁଟେରା ଗ୍ୟାଙ୍ଗକୁ ଧରିବା ପାଇଁ ସିସିଟିଭି ଫୁଟେଜ ସଂଗ୍ରହ କରି ଛାନ୍‌ଭିନ୍‌ କରୁଛି। ପ୍ରଭାକର ରାଓ ଗତ ସପ୍ତାହେ ହେଲା ଉକ୍ତ ଘରେ ଏକାକୀ ରହୁଥିଲେ। ତାଙ୍କ ପରିବାରର ଅନ୍ୟ ସଦସ୍ୟମାନେ କୌଣସି କାମରେ ବାହାରକୁ ଯାଇଥିଲେ। ପ୍ରତିଦିନ ଭଳି ପ୍ରଭାକର ଆଜି ଅର୍ଥାତ୍‌ ବୁଧବାର ପ୍ରାତଃ ଭ୍ରମଣରେ ଯାଇଥିଲେ। ପୂର୍ବାହ୍ନରେ ସେ ଘରକୁ ଆସି ଦେଖିବା ବେଳେ ଦୁର୍ବୃତ୍ତମାନେ ତାଲା ଭାଙ୍ଗି ଘରୁ ସୁନା ଅଳଙ୍କାର ନେଇଯାଇଥିଲେ। ଏପରିକି ଲୁଟେରାମାନେ ଯିବାବେଳେ ଗ୍ରୀଲ୍‌ରେ ଅନ୍ୟ ଏକ ତାଲା ପକାଇ ଚାଲିଯାଇଥିଲେ। ପ୍ରଭାକର ତାଲା ଭାଙ୍ଗି ଘର ଭିତରକୁ ଯିବା ବେଳେ ସମସ୍ତ ସୁନା ଗହଣା ଚୋରି ହୋଇଯାଇଥିବା ଦେଖିବାକୁ ପାଇଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଗଣତନ୍ତ୍ରରେ ଭୋଟର ତାଲିକା

ଭୋଟର ତାଲିକାର ସ୍ବଚ୍ଛତା ହେଉଛି ଏକ ସୁଦୃଢ଼ ଗଣତନ୍ତ୍ରର ମାନଦଣ୍ଡ। ଭାରତୀୟ ସମ୍ବିଧାନର ଧାରା ୩୨୪(୧) ଅନୁଯାୟୀ, ଦେଶରେ ନିରପେକ୍ଷ ଏବଂ ସ୍ବଚ୍ଛ ନିର୍ବାଚନ ପରିଚାଳଣା ସହ…

ସଫଳ ସାହିତ୍ୟ ସ୍ରଷ୍ଟା

ସୃଷ୍ଟିରେ ଜଣେ ସାରସତ୍ତ୍ୱ ସାଧକ ସାହସର ସହ ସମାଜର ବାସ୍ତବ ଚିତ୍ରକୁ ପ୍ରକାଶ କରିଥାଏ। ସାହିତ୍ୟରେ ଅଙ୍ଗୀକାରବଦ୍ଧତା ରହିଲେ, ତାହା ଯାବତୀୟ ସଂଶୟ ଏବଂ ଯାବତୀୟ ବାଡ଼ଠାରୁ…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି।…

ଇରାନ ଉପରୁ କଟକଣା ହଟାଇଲା ଆମେରିକା: ଭାରତକୁ ମିଳି ନ ପାରେ ବିଶେଷ ଲାଭ

ଦୁବାଇ,୨୪ା୬: ନୂଆ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକା ଇରାନ ଉପରୁ ସମସ୍ତ ପ୍ରତିବନ୍ଧକ ୬୦ ଦିନ ପାଇଁ ହଟାଇ ଦେଇଛି। ତେବେ ଯଦି…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri