ମାଛ ଧରିବା ପାଇଁ ଘେରିବନ୍ଧ ଘାଇ କାଟିଲେ ଦୁର୍ବୃତ୍ତ

ମହାକାଳପଡ଼ା, ୨୩ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ପାଣିଖିଆ ସାନ୍ତାଳୀପଡ଼ା ନଦୀ ଘେରି ବନ୍ଧରେ ଘାଇ ହୋଇ ସମୁଦ୍ର ଲୁଣି ପାଣି ଧାନ ଜମିରେ ପଶିବାରୁ ଥୋଡ ଧାନ ନଷ୍ଟ ହେବା ଆଶଙ୍କା ପ୍ରକାଶ ପାଇଛି। ଏ ନେଇ ସ୍ଥାନୀୟ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ଥାନା ଅଧିକାରୀ ଗ୍ରହଣ ନ କରି ଫେରାଇ ଦେଇଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ, ଏହି ଗ୍ରାମ ନଦୀ ଘେରି ବନ୍ଧରେ କେତେକ ଦୁର୍ବୃତ୍ତ ମଙ୍ଗଳବାର ବିଳମ୍ବିତ ରାତିରେ ମାଛ ଧରିବା ପାଇଁ ଘାଇ କାଟିଥିବା ଜଣାପଡିଛି। ଫଳରେ ଲଘୁଚାପ ପ୍ରଭାବ ଓ ଅମାବାସ୍ୟା ତିଥିରେ ସାମୁଦ୍ରିକ ଜୁଆର ଲୁଣି ପାଣି ଧାନ ଜମିରେ ପଶି ଥୋଡ ବାହାରିବା ଫସଲ ବୁଡ଼ି ଯାଇଥିବା ଫଗଳା ମାରାଣ୍ଡି , ସୁନାରାମ ମାରାଣ୍ଡି , ଲବ ମାରାଣ୍ଡି , ରାମେଶର ମାରାଣ୍ଡି , ଗଜେନ୍ଦ୍ର ମାରାଣ୍ଡି , ମୁଖା ସୋରେନ, ଦୁର୍ଗା ମାରାଣ୍ଡି, ଗୁରୁଭା ହାଁସଦା ପ୍ରମୁଖ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ନେଇ ଫଗଳା ମାରାଣ୍ଡି ଥାନାରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ଥାନା ଅଧିକାରୀ ଗ୍ରହଣ ନ କରି ଫେରାଇ ଦେଇଥିଲେ ବୋଲି ଅଭିଯୋଗ କରିଛନ୍ତି। କ୍ଷତିଗ୍ରସ୍ତ ଚାଷୀଙ୍କୁ ତଦନ୍ତ ସହାୟତା ଯୋଗାଇ ଦେବାପାଇଁ ଗ୍ରାମବାସୀ ନିବେଦନ କରିଛନ୍ତି। ଏ ସଂକ୍ରାନ୍ତରେ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧିକାରୀ କିଶୋର କୁମାର ତରାଇଙ୍କ ମତାମତ ନେବାରେ ଯୋଗାଯୋଗ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri