ଗହଣା ଦୋକାନରୁ ୧୨ ସୁନା ଚେନ ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା ଗ୍ରାମ ମୁଖ୍ୟ ରାସ୍ତାକଡ଼ରେ ଥିବା ପବିତ୍ର କୁମାର ବିଷୋୟୀଙ୍କ ଗହଣା ଦୋକାନରୁ ୧୨୦ ଗ୍ରାମ ଓଜନର ୧୨ଟି ସୁନା ଚେନକୁ ୨ ଦୁର୍ବୃତ୍ତ କୌଶଳକ୍ରମେ ଲୁଟି ନେଇଛନ୍ତି। ପୁର୍ବାହ୍ନ ପ୍ରାୟ ୧୨ଟାରେ ୨ ବ୍ୟକ୍ତି ଦୋକାନକୁ ଆସି ସୁନା ଚେନ କିଣିବାକୁ କହିଥିଲେ। ଦୋକାନ ମାଲିକ ସେମାନଙ୍କୁ ବିଭିନ୍ନ ଡିଜାଇନର ସୁନା ଚେନ ଦେଖାଇଥିଲେ। ଉଭୟେ ହିନ୍ଦୀରେ କଥା ହେଉଥିଲେ। ପରେ କୌଶଳକ୍ରମେ ଉଭୟେ ସୁନା ଚେନ ଥିବା ବକ୍ସକୁ ଲୁଟିନେଇ ନିମିଷକ ମଧ୍ୟରେ ଫେରାର ହୋଇଯାଇଥିଲେ। ଦୋକାନ ମାଲିକ ସୁନା ଚେନ ଥିବା ବକ୍ସ ଗୁଡ଼ିକୁ ତନଖି କରିବା ବେଳେ ଗୋଟିଏ ବକ୍ସ ନ ଥିବା ଜାଣିଥିଲେ।ପରେ ଦୋକାନ ମାଲିକ ସିସିଟିଭି ଫୁଟେଜ ଦେଖିବା ପରେ ଉକ୍ତ ଦୁର୍ବୃତ୍ତ ଦ୍ବୟ ୧୨ଟି ସୁନା ଚେନ ଥିବା ବକ୍ସକୁ ଲୁଟି ନେଇଥିବା ଜାଣିଥିଲେ। ଏନେଇ ସେ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୧୩୭/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରିଛନ୍ତି। ଥାନା ଏସ.ଆଇ ଦୁଷ୍ମନ୍ତ କୁମାର ପ୍ରଧାନଙ୍କୁ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ସେ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri