ଘରେ ପଶି ୨୫ ଭରି ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଗୋପାଳପୁର,୭ା୫(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅନ୍ତର୍ଗତ ଦାନପୁର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରର ବାଡ଼ିପଟ କବାଟ ଭାଙ୍ଗି ଲକ୍ଷ୍ୟଧିକ ଟଙ୍କା ସୁନା ଅଳଙ୍କାର ଓ ୪୦ ହଜାର ଟଙ୍କା ଲୁଟି ନେଇଥିବା ନେଇ ବୁଧବାର ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି   ସାଇଣ୍ଟିଫିକ ଟିମ ସନ୍ଧନୀ କୁକୁର ସହାୟତାରେ ଘଟଣାର ତଦନ୍ତ ଆରମ୍ଭ କରିଛି।

ଏହି ଥାନା ଅଧିନସ୍ଥ ଦାନପୁର ଗ୍ରାମର ଦେବରାଜ ମହାନ୍ତି ନିଜ ଘରେ ରହୁଥିବା ବେଳେ ମଙ୍ଗଳବାର ଘର ରଙ୍ଗ କାମ ଚାଲିଥିବା ଯୋଗୁ ଘର ତାଲା ବନ୍ଦ କରି ରାତିରେ ପରିବାର ବର୍ଗ ଖାଇ ପିଇ ଉପର ଘରେ ସମସ୍ତେ ଶୋଇଥିଲେ । ରାତି ୩ଟାବେଳେ ଦେବରାଜ ପରିସ୍ରା ପାଇଁ ଉଠି ଦେଖିଲେ ଘର ଆଲମାରୀ ଭଙ୍ଗା ଯାଇଥିବା ସହ ଆସବାବପତ୍ର ଏପଟେ ସେପଟେ ପଡିଥିଲା। ସନ୍ଦେହ ହେବାରୁ ପ୍ରତି ରୁମ ବୁଲି ଦେଖିବା ପରେ ବାଡ଼ିପଟ  କବାଟ ଭାଙ୍ଗି ଚୋର ପଶି ଚୋରି କରିଥିବା ଜାଣିପାରିଥିଲେ। ଏ ନେଇ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଓ ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସୁନା ଚେନ, ସୁନା ହାର, ବ୍ରେସଲେଟ କାନଫୁଲ, ମଙ୍ଗଳସୂତ୍ର ଆଦି ୨୫ ଭରି ସୁନା ଅଳଙ୍କାର ସହ ନଗଦ ୪୦ ହଜାର ଟଙ୍କା ଚୋରି ହୋଇଥିବା ଦେବରାଜ ଏତଲାରେ ଦର୍ଶାଇଛନ୍ତି। ଏ ନେଇ ଗୋଳନ୍ଥରା ଥାନା କେସ ନଂ ୧୯୨/୨୫ରେ ଏକ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଘଟଣାର ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଥିବା ଏବଂ ଖୁବ ଶୀଘ୍ର ଘଟଣାରେ ସମ୍ପୃକ୍ତ ଚୋରଙ୍କୁ ଗିରଫ କରାଯିବ ପୋଲିସ ସୂଚନା ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri