ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ ୯.୩୦ରେ ବନ୍ଧୁକ ଦେଖାଇ ଲୁଟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଜଣେ ଧାନ ବ୍ୟବସାୟୀ କେନ୍ଦୁଝର ଲକ୍ଷାଧିକ ଟଙ୍କା ଧରି ଏକ ବାଇକରେ ମଇଦାନକେଲ ସ୍ଥିତ ଗୋଦାମକୁ ଯାଉଥିବା ବେଳେ ଅନ୍ୟ ଏକ ବାଇକରେ ଦୁଇ ଲୁଟେରା ପିଛା କରି ରାସ୍ତାରେ ଅଟକାଇଥିଲେ ।

ରାସ୍ତାରେ ଏକ ହମ୍ପସ ନିର୍ମାଣ ହେଉଥିବାରୁ ଗାଡ଼ିର ବେଗ କମ କରିଦେବାରୁ ଦୃର୍ବୁତ୍ତମାନେ ତାଙ୍କୁ ପାର ହୋଇ ବନ୍ଧୁକ ଦେଖାଇ ଅଟକାଇ ଥିଲେ। ସେଠାରେ ବନ୍ଧୁକ ଦେଖାଇ ଟଙ୍କା ବ୍ୟାଗ୍ ଲୁଟ କରି କେନ୍ଦୁଝର ସହର ଆଡ଼କୁ ପଳାଇ ଯାଇଥିଲେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଁଚି ସେମାନଙ୍କୁ ଧରିବାକୁ ତନାଘନା ଆରମ୍ଭ କରିଛି। ସେମାନେ ଓଡ଼ିଆରେ କଥା ବାର୍ତ୍ତା ହେଉଥିଲେ ବୋଲି ଜଣା ପଡିଛି। ପୋଲିସ ସିସିଟିଭି ଫୁଟେଜକୁ ଆଧାର କରି ସେମାନଙ୍କ ଗତିବିଧି ନିରୀକ୍ଷଣ କରିଥିବା ଜଣା ପଡ଼ିଛି । ତେବେ ଲୁଟ୍ ପଛରେ କାହାର ହାତ ରହିଛି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri