ବାଲିଆପାଳ ଜଗନ୍ନାଥ ମନ୍ଦିରରୁ ଲୁଟ, ହୁଣ୍ଡି ବାକ୍ସକୁ ଛାଡିଲେନି ଦୁର୍ବୃତ୍ତ

ବାଲେଶ୍ୱର,୬।୩(ବାଞ୍ଛାନିଧି ଦେ) : ଜଗନ୍ନାଥ ମନ୍ଦିରରୁ ଲୁଟ୍‌। ବିଳମ୍ବିତ ରାତିରେ ମନ୍ଦିରରୁ ଲୁଟ୍‌ କରିଛନ୍ତି ଦୁର୍ବୃତ୍ତ। ବାଲେଶ୍ବର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଶ୍ରଦ୍ଧାକ୍ଷେତ୍ର ଜଗନ୍ନାଥ ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଲୁଟ ହୋଇଥିବା ଦେଖିବାକୁ ମିଳିଛି । ଦୁର୍ବୃତ୍ତ ମାନେ ମନ୍ଦିରର ମୁଖ୍ୟ ଫାଟକର ତାଲା ଭାଙ୍ଗି ହୁଣ୍ଡି ବାକ୍ସ ଲୁଟ କରିଛନ୍ତି।

ସୂଚନା ଅନୁଯାୟୀ ଗତ ରାତିରେ ମନ୍ଦିରର ବଡ଼ ନନା ପୁଜାର୍ଚ୍ଚନା ସାରି ମନ୍ଦିରର ମୁଖ୍ୟ ଫାଟକରେ ତାଲା ପକାଇ ଘରକୁ ଯାଇଥିଲେ । ଗୁରୁବାର ସକାଳେ ମନ୍ଦିରକୁ ପୂଜାର୍ଚ୍ଚନା କରିବା ପାଇଁ ଆସିଲା ବେଳକୁ ମନ୍ଦିରର ଉତ୍ତର କବାଟ ତାଲାକୁ କାଟି ଦୁର୍ବୃତ୍ତ ମାନେ ଭିତରକୁ ପଶି ହୁଣ୍ଡି ବାକ୍ସକୁ ଭାଙ୍ଗି ଲୁଟ କରିଥିବା ଦେଖିବାକୁ ମିଳିଛି । ଏନେଇ ବାଲିଆପାଳ ଥାନା ପୋଲିସକୁ ଖବର ଦିଆଯାଇଥିଲା । ଘଟଣାସ୍ଥଳରେ ଆଇଆଇସି ଗୋବିନ୍ଦ ବେହେରା ସଦଳବଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଦୁର୍ବୃତ୍ତ ମାନେ କେତେ ଟଙ୍କା ଲୁଟ କରିଛନ୍ତି ତାର ସ୍ପଷ୍ଟ ସୂଚନା ମିଳି ନଥିବା ବେଳେ ଦିନକୁ ଦିନ ବାଲିଆପାଳ ଅଞ୍ଚଳରେ ଲୁଟ, ଚୋରି ବୃଦ୍ଧି ପାଉଥିବାରୁ ପୋଲିସ ପେଟ୍ରୋଲିଂ କଡାକଡି କରିବା ପାଇଁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri