ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି।

ଅଭିଯୋଗ ଅନୁସାରେ ଗୁରୁବାର ରାତିରେ ପ୍ରାୟ ୮ ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ଦହଣା ଗ୍ରାମର ଉମେଶ ଚନ୍ଦ୍ର ରଥଙ୍କ ଘରେ ପଶିଥିଲେ। ଠାକୁର ଘରର ଝରକା ଭାଙ୍ଗି ଘର ଭିତରକୁ ପ୍ରବେଶ କରିବା ପରେ ଦୁର୍ବୃତ୍ତମାନେ ଉମେଶଙ୍କୁ ଆକ୍ରମଣ କରିଥିବା ସହ ପ୍ରବଳ ମାଡ଼ ମାରିବା ସହିତ ହାତ ବାନ୍ଧି ଦେଇଥିଲେ ଏବଂ ବେକରେ ଭୁଜାଲି ରଖି ଅନ୍ୟ ଏକ ବଖରାରେ ଶୋଇଥିବା ତାଙ୍କ ସ୍ତ୍ରୀ ପୁଷ୍ପଲତା ଦାଶଙ୍କୁ ମଧ୍ୟ ଦୁର୍ବୃତ୍ତମାନେ ଆକ୍ରମଣ କରି ପ୍ରବଳ ମାଡ଼ ମାରିବା ସହିତ ତାଙ୍କ ହାତ ବାନ୍ଧି ବେକ ରେ ଭୁଜାଲି ରଖି ଦେଇଥିବା ପୀଡ଼ିତ ପରିବାର ପକ୍ଷରୁ କୁହାଯାଇଛି। ଏହାପରେ ଦୁର୍ବୃତ୍ତମାନେ ପୁଷ୍ପଲତାଙ୍କ ସୁନାର କାନଫୁଲ ଟାଣି କାନ ଛିଡାଇ ଦେଇଥିଲେ ଏହାସହ ଭୟଭୀତ କରି ଦୁର୍ବୃତ୍ତମାନେ ଘରେ ଥିବା ଗଡରେଜ ଭାଙ୍ଗି ନଗଦ ୨ ଲକ୍ଷ ୧୦ ହଜାର ଟଙ୍କା, ୫ ଭରି ଓଜନ ସୁନାର ଗୋଟିଏ ସୁନା ହାର, ୨ଟି ସୁନା ମୁଦି, ଗୋଟିଏ ସୁନା କାନଫୁଲ, ୨ଟି ସୁନା ଲକେଟ, ସୁନା ମଙ୍ଗଳ ସୂତ୍ର, ଲୁଟି ନେଇଥିବା ଅଭିଯୋଗ କରିଛନ୍ତି। ପୋଲିସକୁ ଏନେଇ ରାତିରେ ଫୋନ୍‌ ମାଧ୍ୟମରେ ସୂଚନା ଦେବା ପରେ ରାତି ଅଳ୍ପ ସମୟରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିବା ବେଳେ ନିକଟସ୍ଥ ସିସିଟିଭି ଯାଞ୍ଚ କରିବା ସହିତ ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁରର ସହାୟତା ନିଆଯିବ ବୋଲି ନବରଙ୍ଗପୁର ଏସ୍‌ଡିପିଓ କୃଷ୍ଣ ଚନ୍ଦ୍ର ଭତ୍ରା କହିଛନ୍ତି। ଘଟଣାକୁ ନେଇ ତେନ୍ତୁଳିଖୁଣ୍ଟି ପୋଲିସ ତଦନ୍ତ ଆରମ୍ଭ କରିଥିବାବେଳେ ଡକାୟତିରେ ସମ୍ପୃକ୍ତ ଦୁର୍ବୃତ୍ତମାନେ କିଏ ଏବଂ କେଉଁ ଉଦ୍ଦେଶ୍ୟରେ ଏଭଳି ଘଟଣା ଘଟାଇଲେ ତାହା ତଦନ୍ତ ପରେ ସ୍ପଷ୍ଟ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?