ବାଲିଗୁଡ଼ାରୁ ରୂପା ଅଳଙ୍କାର ଲୁଟିଥିବା ଲୁଟେରା ଗଞ୍ଜାମରୁ ଗିରଫ: ରୂପା ଅଳଙ୍କାର ଜବତ

ବାଲିଗୁଡା,୬।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ଦିନ ଦ୍ବିପହର ରେ ଲୁଟ ହୋଇଥିବା ରୂପା ଅଳଙ୍କାର ଜବତ ହେବା ସହ ଜଣେ ମାଷ୍ଟର ମାଇଣ୍ଡ ଲୁଟେରାକୁ ବାଲିଗୁଡା ପୋଲିସ ଗିରଫ କରିଛି । ଏ ନେଇ ବାଲିଗୁଡା ଥାନରେ ବାଲିଗୁଡା ଏସଡ଼ିପିଓ ରାହୁଲ ଗୋଏଲ ଏହି ଲୁଟର ବିସ୍ତୃତ ସୂଚନା ଦେଇଛନ୍ତି।

ଲୁଟେରା ମାଷ୍ଟର ମାଇଣ୍ଡ ଜଣକ ଗଞ୍ଜାମ ଜିଲାର ଆସ୍କା ଥାନା ଥାନା ଅଞ୍ଚଳର ବୋଲି ପୋଲିସ କହିବା ସହ ତା ନିକଟରୁ ଚୋରି ହୋଇଥିବା ୭ କିଲୋ ଗ୍ରାମ ରୂପା ଅଳଙ୍କାର ଜବତ ହୋଇଛି । ଏହି ଲୁଟର ମାଷ୍ଟର ମାଇଣ୍ଡ ଜଣକ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ତା ନାମରେ ବିଭିନ୍ନ ଜିଲାରେ ଲୁଟ ଅଭିଯୋଗରେ ଅନେକ ମାମଲା ରହିଛି । ଏହି ଲୁଟ ଘଟଣାରେ ଅନ୍ୟ ଅଭିଯୁକ୍ତ ସାମିଲ ରହିଛନ୍ତି ।

ସେମାନଙ୍କୁ ଧରିବା ଲାଗି ବାଲିଗୁଡା ପୋଲିସ ଏବେ ବି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖୁଛି । ତେଣୁ ଗିରଫ ହୋଇଥିବା ମାଷ୍ଟର ମାଇଣ୍ଡର ଠିକଣା ଗୋପନୀୟ ରଖାଯାଇଛି ବୋଲି ବାଲିଗୁଡା ଏସଡ଼ିପିଓ ରାହୁଲ ଗୋଏଲ କହିଛନ୍ତି । ପୋଲିସର କହିବା ଅନୁଯାୟୀ, ଗତ ମାସ ୨୪ ତାରିଖରେ ବାଲିଗୁଡାର ରୂପା ବ୍ୟବସାୟୀ ସନ୍ୟାସୀ ନାୟକ ଏକ ରୂପା ଭର୍ତି ବ୍ୟାଗ ଧରି ବ୍ୟବସାୟ ଲାଗି ଯାଉଥିବା ସମୟରେ ପାଟଖଣ୍ଡା ସାହିରେ ଦୁଇଟି ବାଇକ ରେ ୩ ଜଣ ଲୁଟେରା ଆସି ତାଙ୍କ ଠାରୁ ରୂପା ବ୍ୟାଗ ଲୁଟି ନେଇ ପଳାଇଥିଲେ ।

ଏ ନେଇ ସନ୍ୟାସୀ ନାୟକ ବାଲିଗୁଡା ଥାନାରେ ଅଭିଯୋଗ କରିବା ପରେ ପୋଲିସ ୧୧୯/୨୦ରେ ଏକ ମାମଲା ରୁଜୁ କରିବା ସହ ଥାନା ଅଧୂକାରୀ ସୁଶାନ୍ତ କୁମାର ସାହୁ ଲୁଟର ତନାଘନା ଆରମ୍ଭ କରିଥିଲେ । ଅଭିଯୁକ୍ତକୁ ଧରିବା ଲାଗି ବାଲିଗୁଡା ପୋଲିସ ଏକ ଟିମ ଗଠନ କରି ସିସିଟିଭି କ୍ୟାମେରାରେ କଏଦ ହୋଇଥିବା ଅଭିଯୁକ୍ତ ଫଟୋକୁ ଆଧାର କରି ପୋଲିସ ମାଷ୍ଟର ମାଇଣ୍ଡ ଲୁଟେରାକୁ କାବୁ କରିବାରେ ସଫଳ ହୋଇଥିଲା । ଅନ୍ୟ ଲୁଟେରା ମାନଙ୍କୁ ଧରିବା ଲାଗି ବାଲିଗୁଡା ପୋଲିସ ଏବେ ବି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିବା ଜଣାପଡିଛି l


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri