ବ୍ୟବସାୟୀଙ୍କ ଘରେ ସଶସ୍ତ୍ର ଡକାୟତି, ସ୍ତ୍ରୀଙ୍କୁ ଛୁରିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ…

ଝରିଗାଁ,୨୭ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ବଢୁଥିବା ବେଳେ ଦୁର୍ବୃତ୍ତମାନେ କଳାକନା ବୁଲାଇ ନିର୍ଭୟରେ ବୁଲୁଛନ୍ତି। ଯାହାଫଳରେ ଅଞ୍ଚଳରେ ରହୁଥିବା ଛୋଟ ବଡ଼ ବ୍ୟବସାୟୀମାନେ ଏକ ପ୍ରକାର କୋକୁଆ ଭୟରେ ରହୁଛନ୍ତି l ଗତ ମଙ୍ଗଳବାର ରାତିରେ ଝରିଗାଁ ଥାନା ଅଞ୍ଚଳ ହାତୀବାଡ଼ି ଗ୍ରାମ ସାନ୍ତାସାହିର ବ୍ୟବସାୟୀ ତଥା ମକାଚାଷୀ ବିଭୁପଦ ସ୍ବାଇଁଙ୍କ ଘରେ ସଶସ୍ତ୍ର ଡକାୟତ ପଶି ଚୋରି କରିଥିବା ସହ ବ୍ୟବସାୟକଙ୍କୁ ମାଡ଼ ମାରିବା ସହ ସମ୍ପୁକ୍ତ ବ୍ୟବସାୟୀଙ୍କ ସ୍ତ୍ରୀଙ୍କୁ ଛୁରିରେ ଆକ୍ରମଣ କରି ଟଙ୍କା ଓ ସୁନା ଲୁଟ୍‌ କରି ନେଇଛନ୍ତି।

ଖବର ପାଇ ଉକ୍ତ ରାତିରେ ଥାନା ଅଧିକାରୀ ଝରିଗାଁ ମେଡିକାଲରେ ପହଞ୍ଚି ଉଭୟଙ୍କ ବୟାନ ସଂଗ୍ରହ କରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ବୁଧବାର ଅତିରିକ୍ତ ଏସ୍‌ପି ଆଦିତ୍ୟ ସେନ, ଉମରକୋଟ ଏସଡିପିଓ ଶୁଭେନ୍ଦୁ କୁମାର ଶବର, ଝରିଗାଁ ଥାନା ଅଧିକାରୀ ପ୍ରଦୀପ କୁମାର ଶବର ଏବଂ ଉମରକୋଟ ଥାନା ଇନ୍ସପେକ୍ଟର ଶିବ୍‌ଜୀ ପ୍ରସାଦ ପଣ୍ଡା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ଘଟଣା ଘଟିବାର ପ୍ରାୟ ୩୬ ଘଣ୍ଟା ପରେ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧନୀ କୁକୁର ପହଞ୍ଚିଥିଲା।

ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲା ଝରିଗାଁ ଥାନା ଅଞ୍ଚଳ ହାତୀବାଡ଼ି ଗ୍ରାମ ସାନ୍ତାସାହିର ବ୍ୟବସାୟୀ ତଥା ମକାଚାଷୀ ବିଭୁପଦ ସ୍ବାଇଁଙ୍କ ଘରେ ମଙ୍ଗଳବାର ରାତିରେ ସଶସ୍ତ୍ର ଡକାୟତି ହାଇଛି। ବିଭୁପଦଙ୍କ ଶ୍ୱଶୁର ବିନୋଦ ବିହାରୀ ସାମଲ ଝରିଗାଁ ଥାନାରେ ନାରେ ଲିଖିତ ଅଭିଯୋଗ କରିଛନ୍ତି। ଆଲମାରୀ ଭାଙ୍ଗି ୩ ଲକ୍ଷ ଟଙ୍କା ଓ ସୁନାଗହଣା ଚୋରି କରାଯାଇଥିବା ଏତଲାରେ ଉଲ୍ଲେଖ ରହିଛି। ଘଟଣାକୁ ଭିତ୍ତିକରି ପୋଲିସ କେସ୍‌ ନମ୍ବର ୧୮୬/୨୦୨୫ରେ ଏକ ମାମଲା ରୁଜୁ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri