ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷଙ୍କ ଘରେ ସଶସ୍ତ୍ର ଡକାୟତି, ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ହେମଗିରି,୪ା୮(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିରି ବ୍ଲକସ୍ଥିତ ବିଲେଇମୁଣ୍ଡାର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଏବଂ ବର୍ତ୍ତମାନର ବିଜେଡି ଜିଲା କୃଷକ ମୋର୍ଚ୍ଚା ସଭାପତି ଗୋପାଳ ପ୍ରଧାନଙ୍କ ଘରୁ ଡକାୟତି ହୋଇଛି। ଗୁରୁବାର ରାତିରେ ୫ ଜଣ ଡକାୟତ ଘର ପଛପଟ ଦେଇ ପଶିବା ସହ ଘରେ ଥିବା ସମସ୍ତ ସଦସ୍ୟଙ୍କୁ ବାନ୍ଧି ଦେଇ ବନ୍ଧୁକ ଦେଖାଇ ସମସ୍ତ ସୁନା, ରୁପା, ଟଙ୍କା ଲୁଟ୍‌ କରି ନେଇଛନ୍ତି। ଏପରିକି ତାଙ୍କର ଲାଇସେନ୍ସପ୍ରାପ୍ତ ବନ୍ଧୁକ ଓ ଜାଇଲୋ ଗାଡ଼ିକୁ ଲୁଟ୍‌ କରି ଫେରାର ହୋଇଯାଇଛନ୍ତି। ଏ ନେଇ ହେମଗିରି ଥାନାରେ ଅଭିଯୋଗ ହୋଇଛି।

ସୂଚନା ମୁତାବକ, ୫ ଜଣ ଡକାୟତ ଘର ପଛପଟ ଦେଇ କବାଟ ଭାଙ୍ଗି ପ୍ରଥମେ ଗୋପାଳ ପ୍ରଧାନଙ୍କ ପୁଅ ଆଶିଷଙ୍କ ମୁଣ୍ଡରେ ବନ୍ଧୁକ ଲଗାଇବା ସହ ଆଶିଷ ଓ ସ୍ତ୍ରୀଙ୍କୁ ମଧ୍ୟ ବାନ୍ଧି ଦେଇଥିଲେ। ଏହା ପରେ ଘରର ଅନ୍ୟ ସଦସ୍ୟମାନଙ୍କୁ ବାନ୍ଧି ଦେଇଥିଲେ। ଦୀର୍ଘ ଦେଢ଼ ଘଣ୍ଟା ଲୁଟ୍‌ପାଟ୍‌ କରିବା ପରେ ଫେରାର ହୋଇଯାଇଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri