ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା  ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ମୁଖ୍ୟ ଛକରେ ଥିବା ସୁନା ବ୍ୟବସାୟୀ ଫୁଲଚନ୍ଦ ଜୈନଙ୍କ ଘରେ ପଶି ଦୁର୍ବୃତ୍ତମାନେ ଡକାୟତି କରିଥିବା ଅଭିଯୋଗ ହୋଇଛି।

ସୂଚନା ଅନୁଯାୟୀ, ଭୋର ପ୍ରାୟ ୩ଟା ସମୟରେ ଏକ ନୂଆ ବୋଲେରୋ ଗାଡ଼ିରେ ୬ ଜଣ ଡକାୟତ ଆସିଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣ ହାତରେ ମାରଣାସ୍ତ୍ର ଧରି ଘର ଭିତରକୁ ପଶିଥିବା ବେଳେ ଅନ୍ୟ ୨ ଜଣ ବାହାରେ ଜଗି ରହିଥିବା ଜଣାପଡ଼ିଛି।

ଘଟଣା ସମୟରେ ଘରେ ଫୁଲଚନ୍ଦ ଜୈନ, ତାଙ୍କ ବୃଦ୍ଧା ପତ୍ନୀ ଓ ନାତୁଣୀ ଉପସ୍ଥିତ ଥିଲେ। ତାଙ୍କ ପୁଅ ଓ ବୋହୂ ଚିକିତ୍ସା ସମ୍ପର୍କିତ କାମରେ ରାୟପୁର ଯାଇଥିଲେ। ଡକାୟତମାନେ ଫୁଲଚନ୍ଦ ଜୈନ ଓ ତାଙ୍କ ପତ୍ନୀଙ୍କୁ ମାଡ଼ ମାରିବା ସହ ମାରଣାସ୍ତ୍ର ଦେଖାଇ ଧମକ ଦେଇ ଘରୁ ସୁନାଗହଣା ଓ ନଗଦ ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି।

ଏପରିକି ଡକାୟତମାନେ ଘରେ ଲାଗିଥିବା ସିସିଟିଭିର ହାର୍ଡଡିସ୍କ ମଧ୍ୟ ନେଇଯାଇଥିବା ଅଭିଯୋଗ ହୋଇଛି। ଘଟଣା ପରେ ସିନ୍ଧେକେଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି। ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯିବା ପରେ ଡକାୟତ ଦଳକୁ ଧରିବା ପାଇଁ ପୋଲିସ ତଦନ୍ତ ଜୋରଦାର କରିଛି।

ବ୍ୟବସାୟୀଙ୍କ ଏତଲା ଅନୁସାରେ, ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଓ ନଗଦ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ଏଭଳି ସଶସ୍ତ୍ର ଡକାୟତି ଘଟଣାକୁ ନେଇ ସିନ୍ଧେକେଲା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି।

ଡକାୟତମାନଙ୍କୁ ଧରିବା ପାଇଁ  ପୋଲିସ ପକ୍ଷରୁ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତା ନିଆଯିବାକୁ ଥିବା ଜଣାପଡ଼ିଛି। ଏବେ ଡକାୟତମାନଙ୍କୁ ଧରିବା ସହ ଲୁଟ୍ ହୋଇଥିବା ଟଙ୍କା ଓ ସୁନାଗହଣା ଉଦ୍ଧାର କରିବା  ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri