ମାରଣାସ୍ତ୍ର ଦେଖାଇ ବ୍ୟାବସାୟୀଙ୍କ ଘରୁ ଲୁଟ୍‌

ପାପଡ଼ାହାଣ୍ଡି,୨୪।୨(ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୈଦଲପୁରର ସଦର ବ୍ୟବସାୟୀ କାଶୀନାଥ ଗୁପ୍ତାଙ୍କ ଘରୁ ବଡ଼ ଧରଣର ଲୁଟ୍‌ ହୋଇଛି। କଳା ମୁଖା ପିନ୍ଧା ଦୁବୃର୍ତ୍ତମାନେ ଘରେ ପଶି ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଲକ୍ଷାଧିକ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ ବ୍ୟବସାୟୀ କାଶୀନାଥ ଥାନାରେ ଏକ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ, ସାଇଣ୍ଟିଫିକ ଟିମ୍‌ ସହ ସନ୍ଧାନୀ କୁକୁର ସହାୟତାରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଅଭିଯୋଗ ମୁତାବକ, ସୋମବାର ରାତିରେ ମୈଦଲପୁରର ବ୍ୟବସାୟୀ କାଶୀନାଥ ଗୁପ୍ତା ଓ ତାଙ୍କ ପୁଅ ବିକାଶ ଗୁପ୍ତା ଘରେ ଶୋଇଥିବା ବେଳେ ଘର ମୁଖ୍ୟ ପାଚେରୀ ଡେଇଁ ୬ରୁ ୭ଜଣ ମୁଖା ପିନ୍ଧା ଦୁବୃର୍ତ୍ତ ମାରଣାସ୍ତ୍ର ଧରି ଘର ଭିତରକୁ ଧସେଇ ପଶି ଥିଲେ । ପରେ ସେମାନେ ବାପା ଏବଂ ପୁଅଙ୍କୁ ବେକରେ ଛୁରି ରଖି ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ଏପରିକି ଦୁବୃର୍ତ୍ତମାନେ ଘରେ ଥିବା ଟଙ୍କା, ସୁନା ଅଳଙ୍କାର ଦେବାକୁ ଧମକ ଦେଇଥିଲେ।

ଏପରିକି ଦୁବୃର୍ତ୍ତମାନେ ଏବଂ ଘରେ ଥିବା ଆଲମୀରା ଭାଙ୍ଗି ୨ ଲକ୍ଷ ୫୦ ହଜାର ଟଙ୍କା, ୫ ଭରି ଓଜନର ସୁନା ଅଳଙ୍କାର, ଏକ କିଲୋ ରୁପା ଅଳଙ୍କାର ଲୁଟି ନେଇଥିଲେ । ଏନେଇ କାଶୀନାଥ ମୈଦଲପୁର ପୋଲିସକୁ ଜଣାଇବା ପରେ ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ଓ ପୋଲିସ ତଦନ୍ତ ଆରମ୍ଭ କରିଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri