ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶୁକ୍ରବାର ବିଳମ୍ବିତ ରାତିରେ ଏହି ସଶସ୍ତ୍ର ଲୁଟ୍‌କାଣ୍ଡ ଘଟିଥିବା ବେଳେ ସମ୍ପୂର୍ଣ୍ଣ ଘଟଣା ପେଟ୍ରୋଲ ପମ୍ପରେ ଲାଗିଥିବା ସିସିଟିଭି କ୍ୟାମେରାରେ କଏଦ ହୋଇଛି।

ସୂଚନା ଅନୁଯାୟୀ, ସେହି ସମୟରେ ପେଟ୍ରୋଲ ପମ୍ପର ଜଣେ କର୍ମଚାରୀ ଜଣେ ଗ୍ରାହକଙ୍କ ଗାଡ଼ିରେ ପେଟ୍ରୋଲ ଭରୁଥିଲେ। ଏହି ସମୟରେ ନମ୍ବର ପ୍ଲେଟ୍‌ ନଥିବା ଏକ ବୁଲେଟ୍ ମୋଟରସାଇକେଲରେ ଦୁଇଜଣ ଦୁର୍ବୃତ୍ତ ସେଠାରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଜଣେ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରିଥିବାବେଳେ ଅନ୍ୟଜଣ କାଉଣ୍ଟରରୁ ନଗଦ ଟଙ୍କା ନେଇ ଦ୍ରୁତଗତିରେ ଫେରାର ହୋଇଯାଇଥିଲେ।

ଘଟଣା ପରେ ପେଟ୍ରୋଲ ପମ୍ପ କର୍ତ୍ତୃପକ୍ଷ ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଫୁଟେଜ୍‌ ଯାଞ୍ଚ କରିବା ସହ ଲୁଟେରାମାନଙ୍କୁ ଚିହ୍ନଟ କରିବାକୁ ତଦନ୍ତ ଆରମ୍ଭ କରିଛି।

ଲୁଟ୍‌ ହୋଇଥିବା ଟଙ୍କାର ପରିମାଣ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ମିଳିନାହିଁ। ତେବେ ସିସିଟିଭି ଫୁଟେଜ୍‌କୁ ଆଧାର କରି ପୋଲିସ ଦୁର୍ବୃତ୍ତମାନଙ୍କ ସନ୍ଧାନ ଚଳାଇଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଚିନ୍ତା ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

ଡ୍ୟୁଟି ସାରି ବାଇକ୍‌ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ

ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦)…

ଦୁଇଗୁଣ ଲାଭର ପ୍ରଲୋଭନ ଦେଇ ୫୩ ଲକ୍ଷ ଧାର ନେଇଥିଲେ, ଫେରସ୍ତ ବେଳକୁ ଚେକ୍‌ ବାଉନ୍ସ: ଅଭିଯୁକ୍ତଙ୍କୁ ବର୍ଷେ ଜେଲଦଣ୍ଡ ସହ…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି।…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri