ଷ୍ଟେଟ ବ୍ୟାଙ୍କରେ ଡକାୟତି: ଲକର ଖୋଲି ନ ପାରି ଲୁଟିନେଲେ ୫ କଏନ ବସ୍ତା

ବସ୍ତା, ୧୯।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ମୁକୁଳିସିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଶନିବାର ରାତିରେ ଡକାୟତି ହୋଇଥିବା ଜଣାପଡିଛି। ରବିବାର ଛୁଟି ଥିବାରୁ ଏହା ଜଣାପଡି ନ ଥିଲା। ସୋମବାର ବ୍ୟାଙ୍କ କର୍ତ୍ତୃପକ୍ଷ ଆସିବା ପରେ ଘଟଣା ବିଷୟରେ ଜଣାପଡିଥିଲା। ଦୁର୍ବୃତ୍ତମାନେ ଲକର ଖୋଲି ନ ପାରି ପାଖରେ ଥିବା ୫ଟି କଏନ ବସ୍ତା ନେଇଯାଇଥିବା ଜଣାପଡିଛି। ଏହି ବସ୍ତାରେ ୫ଟଙ୍କିଆ ଏବଂ ୧୦ଟଙ୍କିଆ କଏନ ଥିଲା। ଏହାର ମୂଲ୍ୟ ପାଖାପାଖି ୧ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ସୂଚନା ଦେଇଛି।
ଶନିବାର ବ୍ୟାଙ୍କରୁ କାମ ସାରି କର୍ମଚାରୀମାନେ ଚାଲିଯିବା ପରେ ଦୁର୍ବୃତ୍ତମାନେ ପଛ ଗେଟ ଭାଙ୍ଗି ପଶିଥିଲେ। ସେମାନେ ପ୍ରଥମେ ସିସିଟିଭି ତାରକୁ କାଟି ଦେଇଥିବା ଫୁଟେଜରୁ ଜଣାପଡିଛି। ସୋମବାର ବ୍ୟାଙ୍କ ଖୋଲିବା କ୍ଷଣି ଏହା ଜଣାପଡିବା ପରେ ତୁରନ୍ତ ବସ୍ତା ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ପହଞ୍ଚି ଅନୁସନ୍ଧାନ ଜାରି ରଖିଛି। ତଦନ୍ତ ପରେ ଚୋରି ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri