ଡକାୟତି ଉଦ୍ୟମ ପଣ୍ଡ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ସୋହେଲା,୧୦ା୧୦(ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ସୋହେଲା  ଅଞ୍ଚଳରେ ଡକାୟତି କରିବା ପାଇଁ ଯୋଜନା କରୁଥିବା ୩ ଅଭିଯୁକ୍ତଙ୍କୁ ସ୍ଥାନୀୟ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ୨ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ସୁନ୍ଦରଗଡ ଜିଲା ରାଉରକେଲା ସେକ୍ଟର ୨୦ର ସୁଜିତ ମହାରଣା (୩୬) ଓ ବିହାର ମୂଳ ନିବାସୀ ତଥା ବର୍ତ୍ତମାନ ରାଉରକେଲାରେ ରହୁଥିବା ଅଜିତ ଅହମ୍ମଦ ଖାନ ଓରଫ ଜାନି (୫୨) ଓ ବରଗଡ ଜିଲା ପାଇକମାଳର ରମାକାନ୍ତ ମିଶ୍ର ଓରଫ ବୁଚୁନ (୩୦)। ସେମାନଙ୍କଠାରୁ ଏକ ଦେଶୀ ପିସ୍ତଲ, ଫୁଟା ଓ ଅଫୁଟା ଗୁଳି, ଧାରୁଆ ମାରଣାସ୍ତ୍ର ଓ ଗୋଟିଏ ଦାମୀ ଗାଡି ଜବତ ହୋଇଛି। ଏ ନେଇ ସୋହେଲା ଥାନାରେ ନଂ. ୩୦୮/୨୫ରେ ଏକ ମାମଲା ରୁଜୁ କରାଯାଇଛି।
ବୁଧବାର ରାତିରେ ସୋହେଲା ପୋଲିସ ସୂଚନା ପାଇ ଢିପାପଡ଼ା ନିକଟରେ ଯାଇଥିବା ଧୂସରବାହାଲ ରାସ୍ତାରେ ସନ୍ଦେହଜନକ ଭାବେ ଏକ  ଗାଡିକୁ ଅଟକାଇ ଖାନ ତଲାସି କରିଥିଲା। ଫଳରେ ଅଭିଯୁକ୍ତମାନେ ଡକାୟତି ଯୋଜନା କରୁଥିବା ଜଣାପଡ଼ିଥିଲା।  ଅଭିଯୁକ୍ତଠାରୁ ଏକ ମହିନ୍ଦ୍ରା ଜାଇଲୋ ଗାଡି (ନମ୍ବର ଓଡି ୧୪-୮୮୭୭), ଏକ ଦେଶୀ ବନ୍ଧୁକ, ୩ଟି ଜୀବନ୍ତ ଗୁଳି ( ୭.୬୫ଏମଏମ), ୩ଗୋଟି ଖାଲି କାଟ୍ରିଜ ( ୭.୬୫ ଏମଏମ), ଏକ ଧଳା ରଙ୍ଗର ଷ୍ଟିକ, ଲୁହା କଟୁରି, ୧୦୦ଗ୍ରାମ ଲଙ୍କାଗୁଣ୍ଡ, ଗୋଟିଏ ଲାଲରଙ୍ଗର ଟର୍ଚ୍ଚ ଏବଂ ୫ ଗୋଟି କଳାରଙ୍ଗର ମୁଖା କପଡା ଆଦି ଜବତ କରାଯାଇଛି । ଏହି ଘଟଣାରେ ଆଉ କାହାର ସଂପୃକ୍ତି ରହିଛି ସେ ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଥିବା ନେଇ ଆଇଆଇସି ହରିଶଙ୍କର ଭୋଇଙ୍କ ଉପସ୍ଥିତିରେ  ପଦ୍ମପୁର ଏସ୍‌ଡିପିଓ ପାଣ୍ଡବ ସବର ସୋହେଲା ଥାନାରେ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି। ଅଭିଯୁକ୍ତ ରମାକାନ୍ତ ମିଶ୍ର ଓରଫ ବୁଚୁନଙ୍କ ବିରୋଧରେ ପାଇକମାଳ, ଝାରବନ୍ଧ, ପଦ୍ମପୁର ଓ ଜଗଦଲପୁର ଥାନାରେ ବିଭିନ୍ନ ଆପରାଧିକ ମାମଲା ରହିଥିବା ବେଳେ ସୁଜିତ ମହାରଣାଙ୍କ ବିରୋଧରେ ଧଉଳି ଥାନାରେ ମଧ୍ୟ ମାମଲା ରହିଥିବା ପୋଲିସ ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri