ମଣିପୁରମ୍‌ ଗୋଲ୍ଡ ଲୋନ୍‌ ସଂସ୍ଥାରୁ ଡକାୟତି ଉଦ୍ୟମ

ଢେଙ୍କାନାଳ ଅଫିସ,୬।୮: ଢେଙ୍କାନାଳ ସହର କାଞ୍ଚନ ବଜାରରେ ଥିବା ମଣିପୁରମ୍‌ ଘରୋଇ ସୁନା ଋଣ ପ୍ରଦାନକାରୀ ସଂସ୍ଥାରେ ଶନିବାର ସକାଳ ସାଢ଼େ ୯ଟାରେ ଡକାୟତି ଉଦ୍ୟମ ହୋଇଛି। ସଂସ୍ଥା କାର୍ଯ୍ୟାଳୟ ଖୋଲିବା ପରେ ୪ଜଣ ଦୁର୍ବୃତ୍ତ ୨ଟି ବାଇକ୍‌ରେ ଆସି କାର୍ଯ୍ୟାଳୟ ଆଗରେ ପହଞ୍ଚିଥିଲେ। ଦୁର୍ବୃତ୍ତମାନେ ମାକ୍ସ ଓ ଟୋପି ପିନ୍ଧି ଥିବା ବେଳେ କାନ୍ଧରେ ଏୟାର ବ୍ୟାଗ ସହ ହାତରେ ରିଭଲଭର ଧରି ଭିତରକୁ ପଶିଥିଲେ। ଜଣେ କାର୍ଯ୍ୟାଳୟ ସାମ୍ନାରେ ଜଗି ରହିଥିଲେ। ଅନ୍ୟ ୩ଜଣ କାର୍ଯ୍ୟାଳୟ ଭିତରକୁ ଯାଇ ଶାଖା ପରିଚାଳକ ଦେବାନନ୍ଦ ସାସ୍‌ମଲଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ସୁନା ଓ ଟଙ୍କା ରଖାଯାଇଥିବା ଷ୍ଟ୍ରଙ୍ଗ୍‌ରୁମ ଚାବି ମାଗିଥିଲେ। ଏହି ସମୟରେ ଅଜାଣତରେ ଦେବାନନ୍ଦଙ୍କ ଗୋଡ଼ ସାଇରନ ସୁଇଚ୍‌ରେ ବାଜିଯିବାରୁ ସାଇରନ ହଠାତ୍‌ ବାକି ଉଠିଥିଲା। ହେଲେ ଦୁର୍ବୃତ୍ତମାନେ ଶାଖା ପରିଚାଳକ ଏବଂ କର୍ମଚାରୀଙ୍କୁ ମାଡ଼ ମାରି ଫେରାର ହୋଇଯାଇଥିଲେ । ଖବର ପାଇ ସଦର ଏସ୍‌ଡିପିଓ ବିକାଶ ବେଉରା, ଟାଉନ ଥାନା ଅଧିକାରୀ ରାଜେନ୍ଦ୍ର ମହାପାତ୍ର ପୋଲିସ ଟିମ୍‌ ସହ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। କାର୍ଯ୍ୟାଳୟରେ ଲାଗିଥିବା ସିସିଟିଭି କ୍ୟାମେରା ପୋଲିସ୍‌ ଯାଞ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?