ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଅଗରପଡା ଥାନାରେ ଆଡିଆ ଗ୍ରାମରେ l ମଙ୍ଗଳବାର ରାତିରେ ଗାଁ ମୁଣ୍ଡରେ ତୁଳସୀ ଗଣନାଟ୍ୟ ଶେଷ ରାତି ଯାତ୍ରା କରୁଥିଲା l
ଯାତ୍ରା କ୍ୟାମ୍ପ ନିକଟରେ ଗ୍ରାମର ନିରଞ୍ଜନ ମଲ୍ଲିକଙ୍କ ଘର l ନିରଞ୍ଜନଙ୍କ ପୁଅ ଆଶୁତୋଷ ରାତି ୧୨ ଟାରେ ଘର ଆଡେ ବୁଲି ଯାଇଥିଲାବେଳେ ତାଙ୍କ ଘର ଭିତରୁ ୨ ଜଣ ଲୁଟେରା ବାହାରି ଦୌଡ଼ି ପଳାଇଥିଲେ l ଖସି ଯାଉଥିବା ବେଳେ ଜଣକୁ କାବୁ କରିନେଇଥିଲେ ଆଶୁତୋଷ l ଲୁଟେରା ଜଣକ ଏକ ସ୍କୃ ଡ୍ରାଇଭରରେ ଆଶୁତୋଷଙ୍କ ବେକକୁ ଆକ୍ରମଣ କରିଥିଲା। ଗୁରୁତର ଆହତ ହୋଇଥିଲେ ମଧ୍ୟ ଲୁଟେରାକୁ ଛାଡି ନ ଥିଲେ l ପରେ ଗ୍ରାମବାସୀ ପହଞ୍ଚି ଉକ୍ତ ଲୁଟେରାକୁ ମାଡ ମାରି ଘର ଭିତରେ ଅଟକ ରଖିଥିଲେ l ଲୁଟେରା ଯୁବକ ତାଙ୍କ ଘର ଧାମନଗର ଚିଲପଦୀ ବୋଲି ପୋଲିସ ଆଗରେ କହିଛି l ଚୋରିରେ ସମ୍ପୃକ୍ତ ଥିବା ସନ୍ଦେହରେ ଅନ୍ୟ ୩ ଜଣ ଯୁବକଙ୍କୁ ମଧ୍ୟ ଅଟକ ରଖାଯାଇଥିଲା। ଅଗରପଡା ପୋଲିସ ପହଞ୍ଚି ମୋଟ ୪ ଜଣଙ୍କୁ ଥାନାକୁ ନେଇଛି l ନିରଞ୍ଜନଙ୍କ ଘର ଅଲିମିରା ଲକର ଭାଙ୍ଗି ୧୫ ଲକ୍ଷରୁ ଉର୍ଦ୍ଧ୍ୱ ସୁନା ରୁପା ଅଳଙ୍କାର ସହ ନଗଦ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ବୋଲି କହିଛନ୍ତି ଆଶୁତୋଷ l ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri