ବ୍ୟବସାୟୀଙ୍କ ଘରୁ ଡକାୟତି: ଜବତ ହେଲା ଚୋରି ୩୧ ଲକ୍ଷ ଟଙ୍କା

ଭବାନୀପାଟଣା/ଧର୍ମଗଡ଼,୯।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ଗତ ୩୦ ତାରିଖ ରାତିରେ ହୋଇଥିବା ଡକାୟତି ଘଟଣାରେ କଳାହାଣ୍ଡି ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ଟିଟିଲାଗଡ଼ ଅଞ୍ଚଳର ବାସୁ ପୁଟେଲ, ନେପାଳ ଆଡ଼ଜୁଆଡ଼, ଯୁଗେନ ପଟେଲ ଓ କୈଳାସ ହାତୀ। ପୋଲିସ ତାଙ୍କଠାରୁ ୩୧ ଲକ୍ଷ ୪୫ ହଜାର ୬୮୦ ଟଙ୍କା, ୨ ଭରି ସୁନା, ୪ ବାଇକ୍‌, ୬ ମୋବାଇଲ, ୨ଟି ଫିଙ୍ଗର ଗ୍ଲୋବ ଓ ଗୋଟିଏ ଚୋରିରେ ବ୍ୟବହୃତ କେମିକାଲ ବୋତଲ ଜବତ କରାଯାଇଛି ବୋଲି ଧର୍ମଗଡ଼ଠାରେ ଗୁରୁବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀରେ କଳାହାଣ୍ଡି ଏସ୍‌ପି ଅଭିଳାଷ ଜି ସୂଚନା ଦେଇଛନ୍ତି।

ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ୨ଜଣ ଫେରାର ଥିବା ଏସ୍‌ପି ପ୍ରକାଶ କରିଛନ୍ତି। ପ୍ରକାଶ ଯେ, ଗତ ୩୦ ତାରିଖ ରାତିରେ ଧର୍ମଗଡ଼ ଅଞ୍ଚଳର ବିଶିଷ୍ଠ ବ୍ୟବସାୟୀ ଦିନେଶ ଅଗ୍ରୱାଲଙ୍କ ଘରୁ ୬ ଡକାୟତ ପଶି କେମିକାଲ ପ୍ରୟୋଗ କରିବା ସହ ବ୍ୟବସାୟୀଙ୍କ ମା’ ଓ ଭଉଣୀ ଶୋଇଥିବା କୋଠରୀରେ ପଶି ଚୋରି କରିଥିଲେ । ଏନେଇ ୩୧ ତାରିଖରେ ଦିନେଶ ଧର୍ମଗଡ଼ ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା (ନଂ. ୧୨୭/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପରେ ଏସ୍‌ପିଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରି ଘଟଣାର ତଦନ୍ତ କରିଥିଲା। ଖବରଦାତା ସମ୍ବିଳନୀରେ କଳାହାଣ୍ଡି ଏସ୍‌ପିିଙ୍କ ସମେତ ଧର୍ମଗଡ଼ ଡିଏସପି ଧୀରଜ ଚୋପଦାର, ସ୍ଥାନୀୟ ଥାନାଧିକାରୀ ଦୀପାଞ୍ଜଳି ପ୍ରଧାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri