ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି: ବାନ୍ଧି ପକାଇ ବୁଲାଇଲେ କଳାକନା

କେସିଙ୍ଗା,୨୯।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ୯ ନଂ. ୱାର୍ଡର ବ୍ୟବସାୟୀ ସୁବାସ ଅଗ୍ରୱାଲଙ୍କ ଘରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। କିଛି ଦୁର୍ବୃତ୍ତ ଘର କବାଟ ଭାଙ୍ଗି ପଶି ସମସ୍ତ ପରିବାର ଲୋକଙ୍କୁ ଧମକ ଦେଇଥିଲେ। ପରେ ସମସ୍ତଙ୍କୁ ରଶିରେ ବାନ୍ଧିଦେଇ ଆଲମୀରା ଭାଙ୍ଗି ନଗଦ ଟଙ୍କା ସୁନା ଓ ରୂପା ଗହଣା ଚୋରି କରି ନେଇଯାଇଛନ୍ତି। ଯାହାର ଆନୁମାନିକ ମୂଲ୍ୟ ୬ଲକ୍ଷ ଟଙ୍କା ହେବ ବୋଲି ଶୁଣାଯାଉଛି।
ସୂଚନାଯୋଗ୍ୟ, ସୁବାସ ଅଗ୍ରୱାଲ କେସିଙ୍ଗା ସହରର ଜଣେ ଜଣାଶୁଣା ବ୍ୟବସାୟୀ ତାଙ୍କର କେସିଙ୍ଗାରେ ଏକ କୃଷି ଯନ୍ତ୍ରପାତି କାରଖାନା ରହିଛି। ଖବରପାଇ କେସିଙ୍ଗା ଏସ୍‌ଡିପିଓଙ୍କ ନେତୃତ୍ୱରେ ସ୍ଥାନୀୟ ପୋଲିସ ଅଧିକାରୀ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି। ଭବାନୀପାଟଣାରୁ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ମଧ୍ୟ ପହଞ୍ଚିଚନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri