ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା ନେଇ ନୂଆଗାଁ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପାଇ ନୂଆଗାଁ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ବ୍ୟାଙ୍କାରୁ କେତେ ଟଙ୍କା ଲୁଟ ହୋଇଛି ତାହା ସ୍ପଷ୍ଟ ଜଣାପଡି ନାହିଁ।

ମିଳିଥିବା ସୂଚନା ମୁତାବକ, ରବିବାର ରାତି ପ୍ରାୟ ୧ରୁ ୨ଟା ମଧ୍ୟରେ ୩ଜଣ ଡକାୟତ ବ୍ୟାଙ୍କ ବାରିପଟ ଗେଟ ତାଲା କାଟି ଭିତରେ ପ୍ରବେଶ କରି ସିଡ଼ି ଦେଇ ବ୍ୟାଙ୍କ ଭିତରେ ପଶିଥିଲେ। ହେଲେ ବ୍ୟାଙ୍କର ସାଇରନ ବାଜିବା ପରେ ଡକାୟତମାନେ ଦୌଡି ଫେରାର ହୋଇଯାଇଥିଲେ ।

ପୋଲିସର ପ୍ରାଥମିକ ତଦନ୍ତରୁ କିଛି ଚୋରି ହୋଇ ନ ଥିବା ଜଣାପଡ଼ିଛି । ଚୋରମାନେ ବ୍ୟାଙ୍କରେ ପଶିବା ସମୟରେ ମୁହଁରେ ମୁଖା ପିନ୍ଧି ଥିବାରୁ ସେମାନଙ୍କ ମୁଁହ ସିସିଟିଭିରେ ଜଣା ପଡୁ ନ ଥିବା ପୋଲିସ ପକ୍ଷରୁ କହିଛି। ତଦନ୍ତ ପରେ ସବୁ ସ୍ପଷ୍ଟ ଜଣାପଡିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ…

ରାଜ୍ୟ ସଭା ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା କରୁଛି ଘୋଡ଼ା ବେପାର

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି।…

ଦୋହଲିଗଲା ଖାର୍ଗ ଦ୍ୱୀପ! ଟ୍ରମ୍ପଙ୍କ ଦାବି: ସମସ୍ତ ଇରାନୀ ସାମରିକ ଘାଟି ଧ୍ୱଂସ; ଜାରି କଲେ ଭିଡିଓ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନର ଖାର୍ଗ ଦ୍ୱୀପରେ ଆମେରିକାର ସେନା ପ୍ରବଳ ବୋମାମାଡ଼ କରିଛି। ଟ୍ରମ୍ପଙ୍କ ଅନୁଯାୟୀ, ଏହି ଆକ୍ରମଣରେ…

ଭିବି ରାମଜି, ସମଗ୍ର ଶିକ୍ଷା ଯୋଜନାର ସାମାଜିକ ସମୀକ୍ଷା: କାମ ନ କରି ଉଠାଯାଇଛି ୩ ପ୍ରକଳ୍ପର ଟଙ୍କା

ନନ୍ଦପୁର,୧୪୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଅଧୀନ ୨୩ ପଞ୍ଚାୟତର ଭିବି ରାମଜି(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କରାଯାଇଥିବା କାର୍ଯ୍ୟ ଓ ବିଦ୍ୟାଳୟଗୁଡ଼ିକରେ ସମଗ୍ର ଶିକ୍ଷା…

ଗ୍ୟାସ୍‌ ବିତରକ ସଂଘର ଉପସଭାପତିଙ୍କ ବଡ଼ ବୟାନ: କହିଲେ ଏଣିକି ଆଉ…

କଟକ,୧୪ା୩(ପ୍ରଭୁକଲ୍ୟାଣ ପାଲ): ଗ୍ୟାସ ଦର ବୃଦ୍ଧି ସାଙ୍ଗକୁ ଯୋଗାଣରେ କଟକଣା ଏବେ ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଛି। ଏଣିକି ବେହିସାବ ଗ୍ୟାସ ଜାଳିବା ପଡ଼ିବ ମହଙ୍ଗା।…

ବିଧାୟକଙ୍କୁ ଲୁଚାଇଛି କଂଗ୍ରେସ କାହିଁକି ଏମିତି ସଙ୍ଗୀନ ଅଭିଯୋଗ କଲେ …

ଭୁବନେଶ୍ୱର,୧୪।୩: କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି। ଏମିତି ଏକ ଅଭିଯୋଗ କରିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ବିଧାନସଭା ବେଳେ ବିଧାୟକଙ୍କୁ ଲୁଚାଇବା ନିନ୍ଦନୀୟ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri