ଦମ୍ପତିଙ୍କଠାରୁ ଲୁଟ୍‌

ହିଞ୍ଜିଳିକାଟୁ,୧୬ା୯(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବସ୍‌ଷ୍ଟାଣ୍ଡ ପରିସରରୁ ଶନିବାର ପୂର୍ବାହ୍ନରେ ଦମ୍ପତିଙ୍କଠାରୁ କିଛି ଦୁର୍ବୃତ୍ତ ବ୍ୟାଗ୍‌ ଝାମ୍ପି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଥିବା ଦମ୍ପତି କୋରାପୁଟ ଅଞ୍ଚଳର ସୁରେନ୍ଦ୍ର ଦାଶ ଓ ସୁମିତ୍ରା ଦାଶ। ସେମାନେ ବିଶାଖାପାଟଣାଠାରେ ଏକ ମେଡ଼ିକାଲରୁ ଚିକିତ୍ସିତ ହୋଇ ସମ୍ପର୍କୀୟଙ୍କ ଘର ପୁରୁଷୋତ୍ତମପୁର ଥାନା ପାଣ୍ଡିଆ ଗ୍ରାମକୁ ଯିବାକୁ ଶନିବାର ଭୋର୍‌ରେ ହିଞ୍ଜିଳିକାଟୁ ବସ୍‌ଷ୍ଟାଣ୍ଡଠାରେ ପହଞ୍ଚିଥିଲେ।
ଏହି ସମୟରେ ଦୁଇଜଣ ଦୁର୍ବୃତ୍ତ ସୁମିତ୍ରାଙ୍କ ହାତରୁ ଭ୍ୟାନିଟି ବ୍ୟାଗ୍‌ ଛଡାଇ ନେଇ ଦ୍ରୁତଗତିରେ ଆହାର କେନ୍ଦ୍ର ରାସ୍ତା ଦେଇ ଚମ୍ପଟ ମାରିଥିଲେ। ଉକ୍ତ ବ୍ୟାଗରେ ଥିବା ୧୦ ହଜାର ଟଙ୍କା,୨ଟି ମୋବାଇଲ, ୨ଟି ବ୍ୟାଙ୍କ ପାସବୁକ, ସୁନା ଲକେଟ , ଏଟିଏମ୍‌ ସହ ମେଡିକାଲ କାଗଜପତ୍ର ଥିବା ଦମ୍ପତି କହିଛନ୍ତି। ଲୁଟ୍‌ର ଶିକାର ହୋଇଥିବା ଦମ୍ପତି ଏନେଇ ହିଞ୍ଜିଳି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ନିକଟସ୍ଥ ଅଞ୍ଚଳରେ ସିସିଟିଭି ଫୁଟେଜ୍‌ ଯାଞ୍ଚ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri