ଧରାପଡ଼ିଲା ନିଶାଦିଆ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର,୧ା୧୧ (ବ୍ୟୁରୋ): ରାଜଧାନୀର ରେଲଓ୍ବେ ଷ୍ଟେଶନ ଓ ବସ୍‌ ଷ୍ଟାଣ୍ଡ ଅଞ୍ଚଳରେ ଯାତ୍ରୀଙ୍କୁ ନିଶା ଦେଇ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗର ୨ସଦସ୍ୟଙ୍କୁ ଖଣ୍ଡଗିରି ପୋଲିସ ଟିମ୍‌ ବରମୁଣ୍ଡାରୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ନିଶା ବଟିକା, ସୁନା ଚେନ୍‌, ମୋବାଇଲ ସମେତ ଲକ୍ଷାଧିକ ଟଙ୍କା ଜବତ କରିଛି। ଗିରଫ ୨ଅଭିଯୁକ୍ତ ହେଲେ ତମାଣ୍ଡୋ ଲକ୍ଷ୍ମୀବସ୍ତି ଅଞ୍ଚଳରେ ରହୁଥିବା ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳର ସୁଶାନ୍ତ କୁମାର ରାଉତ ଓ ସାଲିଆ ସାହି ଅଞ୍ଚଳରେ ରହୁଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ସିମାଞ୍ଚଳ ସୁବୁଦ୍ଧି। ସୂଚନା ମୁତାବକ ଗତ ୨ମାସ ମଧ୍ୟରେ ବରମୁଣ୍ଡା ବସ୍‌ ଷ୍ଟାଣ୍ଡ ଅଞ୍ଚଳରେ ନିଶା ଦିଆ ଲୁଟେରାଙ୍କ ଉପତ୍ାତ ବଢ଼ିଥିଲା। ଖଣ୍ଡଗିରି ଥାନାରେ ୧୫ରୁ ଅଧିକ ଅଭିଯୋଗ ହୋଇଥିଲା। ଗଞ୍ଜାମ ଜିଲା ଗଲେରୀ ଅଞ୍ଚଳର କୃଷ୍ଣ ଚନ୍ଦ୍ର ପାତ୍ର ଗତ ୨୩ତାରିଖରେ ବସ୍‌ରେ ଆସି ବରମୁଣ୍ଡା ଷ୍ଟାଣ୍ଡରେ ଓହ୍ଲାଇଥିଲେ। ୨ଅଭିଯୁକ୍ତ ଓ ତାଙ୍କ ସହଯୋଗୀମାନେ ମିଶି କୃଷ୍ଣଙ୍କ ସହ ବନ୍ଧୁତା ସ୍ଥାପନ କରିଥିଲେ। ପରେ ପାନୀୟରେ ନିଶା ମିଶାଇ ତାଙ୍କଠାରୁ ମୋବାଇଲ ଟଙ୍କା ଓ ବ୍ୟାଗ ଛଡ଼ାଇ ଫେରାର ହୋଇଯାଇଥିଲେ। ଏନେଇ କୃଷ୍ଣ ଥାନାରେ ଅଭିଯୋଗ କରିବାପରେ ପୋଲିସ ଏକ ଟିମ୍‌ ଗଠନ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ସିସିଟିଭି ଫୁଟେଜକୁ ଆଧାର କରି ଅଭିଯୁକ୍ତଙ୍କୁ ଧରିବା ନେଇ ଜାଲ ବିଛାଇଥିଲା ଶନିବାର ଭୋରୁ ଖଣ୍ଡଗିରି ପୋଲିସର ସ୍ବତନ୍ତ୍ର ଟିମ୍‌ ବରମୁଣ୍ଡ ଅଞ୍ଚଳରୁ ୨ ଅଭିଯୁକ୍ତଙ୍କୁ କାବୁ କରିଥିଲେ। ସେମାନଙ୍କୁ ଯାଞ୍ଚ କରିବା ପରେ ତାଙ୍କ ନିକଟରୁ ନିଶା ବଟିକା ପୋଲିସ ଜବତ କରି ଥାନାକୁ ନେଇଥିଲା। ସେମାନଙ୍କ ତଥ୍ୟକୁ ଆଧାର କରି ପୋଲିସ ତମାଣ୍ଡୋ ଓ ସାଲିଆସାହି ସ୍ଥିତ ୨ ଅଭିଯୁକ୍ତଙ୍କ ଘରେ ଚଢାଉ କରି ଲୁଟପାଟ ସାମଗ୍ରୀ ଜବତ କରିଥିଲା। ପୋଲିସ ସେମାନଙ୍କ ନିକଟରୁ ଗୋଟିଏ ପଲ୍‌ସର ବାଇକ, ୪ମୋବାଇଲ, ୧ ଲକ୍ଷ ୮ହଜାର ଟଙ୍କା, ସୁନା ଚେନ୍‌ ସମେତ ଲକେଟ ଓ ୨ ସୁନା ମୁଦି, ୨୦ଟି ସିମ୍‌ କାର୍ଡ, ୧୩ଟି ବିଦେଶୀ ଟଙ୍କା, ୫ଟି ହାତ ଘଣ୍ଟା ସମେତ ୮ଟି ଏୟାର ଓ ଟ୍ରଲି ବ୍ୟାଗ ପୋଲିସ ଜବତ କରିଛି। ଏ ନେଇ ପୋଲିସ ୬୭୯/୨୦ରେ ମାମଲା ରୁଜୁ କରି ୨ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ନେଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri