ଡକାୟତ ଗ୍ୟାଙ୍ଗ-ଗ୍ରାମବାସୀ ଖଣ୍ଡଯୁଦ୍ଧ: ୩ ଗ୍ରାମବାସୀ ଗୁରୁତର, ଜଣେ ଡକାୟତ କାବୁ

ବାଲେଶ୍ୱର ଅଫିସ,୨୯ା୧୧: ବାଲେଶ୍ୱର ଜିଲା ସୋର ଥାନା ନଦିଗାଁ ପଞ୍ଚାୟତ ହରିଡ଼ାପଡ଼ା ଅଞ୍ଚଳର ସୁଦାମ ଚରଣ ବାଉଲି ଶନିବାର ରାତିରେ ଘରକୁ ଫେରିବା ବାଟରେ ପିତାକାଳିଆ ଛକ ନିକଟରେ ୭ ଜଣ ଡକାୟତ ତାଙ୍କୁ ଅଟକାଇଥିଲେ। ସୁଦାମ ସଙ୍ଗେ ସଙ୍ଗେ ତାଙ୍କ ଘର ପାଖ ଲୋକଙ୍କୁ ଫୋନ୍‌ କରି ଡାକିଥିଲେ। ଡକାୟତମାନେ ସୁଦାମଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ସେହି ସମୟରେ ସ୍ଥାନୀୟ ଲୋକ ସୁଦାମଙ୍କ ଡାକ ଶୁଣି ପହଞ୍ଚିଯିବାରୁ ସେମାନଙ୍କୁ ବି ଦୁର୍ବୃତ୍ତମାନେ କଟୁରି ଓ ବନ୍ଧୁକରେ ଆକ୍ରମଣ କରିଥିଲେ। ଗ୍ରାମବାସୀ ମଧ୍ୟ ଦୁର୍ବୃତ୍ତମାନଙ୍କୁ ପ୍ରତି ଆକ୍ରମଣ କରିଥିଲେ। କିଛି ସମୟ ପାଇଁ ଗ୍ରାମବାସୀ ଓ ଡକାୟତମାନଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ହୋଇଥିଲା। ଖବର ପାଇ ସୋର ଥାନା ଏଏସ୍‌ଆଇ ପ୍ରଦୀପ ମହାନ୍ତି, ଏଏସ୍‌ଆଇ ପ୍ରତାପ କାର୍ଲୋ ଘଟଣାସ୍ଥଳରେ ପହଞ୍ଚି ଜଣେ ଦୁର୍ବୃତ୍ତଙ୍କୁ କାବୁ କରିବାରେ ସଫଳ ହୋଇଥିଲେ। ଏହି ଆକ୍ରମଣରେ ସୁଦାମ ଚରଣ ବାଉଲି, ଅଜୟ କୁମାର ବେହେରା, ପ୍ରଦୀପ କୁମାର ମହାକୁଡ଼ ଗୁରୁତର ହୋଇ ସୋର ଡାକ୍ତରଖାନାରେ ଚିକିତ୍ସା ହେଉଥିବା ଜଣାପଡ଼ିଛି। ସୋର ପୋଲିସ କାବୁ କରିଥିବା ଦୁର୍ବୃତ୍ତ ଜଣକ ଆହତ ହୋଇଥିବା ଜଣାପଡ଼ିଛି। ପୋଲିସ କାବୁ କରିଥିବା ଦୁର୍ବୃତ୍ତ ଜଣକ କେନ୍ଦ୍ରାପଡ଼ା ମାର୍ଶାଘାଇ ଅଞ୍ଚଳର ପ୍ରଦ୍ୟୁମ୍ନ ସେନାପତି ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri