ଜଙ୍ଗଲକୁ ଟେକି ନେଇ ବ୍ୟବସାୟୀଙ୍କଠାରୁ ୪ ଲକ୍ଷ ଟଙ୍କା ଡକାୟତି, ୪ ଅଭିଯୁକ୍ତ…

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ବିଜୟ ଲକ୍ଷ୍ମୀ ନାରାୟଣପୁର ଗ୍ରାମ ଛକ ନିକଟରେ ଜଣେ ପାନମସଲା ବ୍ୟବସାୟୀଙ୍କୁ ମାଡମାରି ଟଙ୍କା ଲୁଟି ନେବା ଅଭିଯୋଗରେ କେ. ନୂଆଗାଁ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡିଛି। ସେମାନେ ହେଲେ କେ. ନୂଆଗାଁ ଥାନା କୁମ୍ଭରଡା ଗ୍ରାମର ଜିତୁ ଓରଫ ଜିତେନ୍ଦ୍ର ପ୍ରଧାନ, ନୂଆପଡା ଗ୍ରାମର ନାନା ଓରଫ ନୃସିଂହ ପ୍ରସାଦ ପଣ୍ଡା, ଜଗମୋହନ ପୁର ଗ୍ରାମର ଦୀପକ ଗୌଡ ଏବଂ ଦିଗପହଣ୍ଡି ଥାନା ଲଙ୍ଗଳଦେଇ ଗ୍ରାମର କାଳିଆ ଦାସ। ଗତ ଜୁଲାଇ ୨୨ ତାରିଖରେ ଅଭିଯୁକ୍ତ ମାନେ ଶେରଗଡ ଥାନା ଧବଳପୁର ଗ୍ରାମର ମସଲା ବ୍ୟବସାୟୀ କ୍ରିଷ୍ଣା କୁମାର ବିଷୋୟୀଙ୍କ ପିକଅପ୍‌ ଭ୍ୟାନ୍‌କୁ ଅଟକାଇ ଗାଡି ଭଙ୍ଗାରୁଜା କରିବା ସହ ତାଙ୍କୁ ଜୋର ଜବରଦସ୍ତ ନିକଟସ୍ଥ ଜଙ୍ଗଲ ଆଡକୁ ନେଇଯାଇଥିଲେ। ସେଠାରେ ତାଙ୍କୁ ମାଡ଼ମାରି ମସଲା ବିକ୍ରିକରି ସେ ଧରିଥିବା ୪ ଲକ୍ଷ ଟଙ୍କା ସମେତ ଏକ ମୋବାଇଲ ଫୋନ ଛଡାଇ ନେଇ ଯାଇଥିଲେ। ଘଟଣା ସମ୍ପର୍କରେ ବ୍ୟବସାୟୀ ଜଣକ ଥାନାରେ ଏତଲା ଦେବା ପରେ ପୋଲିସ ଥାନା ମାମଲା ନଂ. ୨୪୪/୨୫ ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲେ। ମାମଲାରେ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୋଲିସ ଦୀପକ ଏବଂ କାଳିଆକୁ ତାମିଲନାଡୁର କୋଏମ୍ବାଟୁର ସହରରୁ ଧରିବାରେ ସକ୍ଷମ ହୋଇଥିବା ବେଳେ ଅନ୍ୟ ୨ ଅଭିଯୁକ୍ତଙ୍କୁ ସେମାନଙ୍କ ଗ୍ରାମରୁ ଗିରଫ କରିଥିଲା। ଏପରିକି ଅଭିଯୁକ୍ତ କାଳିଆ ଙ୍କ ଠାରୁ ନଗଦ ୪୫ ହଜାର ଟଙ୍କା ଏବଂ ଏକ ଭିଭୋ ମୋବାଇଲ ମଧ୍ୟ ଜବତ କରଛି।ମଙ୍ଗଳବାର ଗିରଫ ସମସ୍ତ ଅଭିଯୁକ୍ତମାନଙ୍କୁ ଦିଗପହଣ୍ଡି କୋର୍ଟ ଚାଲାଣ କରାଯିବା ପରେ ଜାମିନ ଆବେଦନ ଖାରଜ ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri