ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର ବିଷୟ ପାଲଟିଛି ।ଏହି ଘଟଣାକୁ ନେଇ ଦାରିଙ୍ଗବାଡି ପୋଲିସ ପକ୍ଷରୁ ତଦନ୍ତ ତ୍ବରାନ୍ୱିତ କରିଛି ।

ଲୁଟ ଘଟଣା ଖବର ପାଇବା ପରେ ଆଇଆଇସି ସଂଗ୍ରାମ କେଶରୀ ଜେନା ଘଟଣାକୁ ଗୁରୁତ୍ବର ସହ ନେଇ ତଦନ୍ତ ଜୋରଦାର କରିଛନ୍ତି ।ଅପରାହ୍ନରେ ସନ୍ଧାନୀ କୁକୁର ପହଞ୍ଚି ଘଟଣା ସ୍ଥଳରୁ ସନ୍ଧାନ ଆରମ୍ଭ କରି ପ୍ରାୟ ବହୁ ସମୟ ଧରି ସନ୍ଧାନ କରି ନିର୍ଦ୍ଧିଷ୍ଟ କିଛି ସ୍ଥାନରେ ଅଟକି ରହିଥିଲା । ଯେଉଁ ସବୁ ସ୍ଥାନରେ ସନ୍ଧାନୀ କୁକୁର ଅଟକିଥିଲା ତାଙ୍କୁ ପୋଲିସ ପକ୍ଷରୁ ପଚରାଉଚରା କରାଯିବ ବୋଲି ଆଇଆଇସି ଜେନା କହିଛନ୍ତି ।

ସୂଚନା ଯୋଗ୍ୟ ଯେ, ବ୍ୟବସାୟୀଙ୍କ ପ୍ରାୟ ୨୦ ଭରି ସୁନା ଗହଣା ସହ ୫ ଶହ ଗ୍ରାମ ରୁପା, ନଗଦ ଟଙ୍କା ଆଦି ଲୁଟ ହୋଇଛି । ମିଳିଥିବା ତଥ୍ୟ ପ୍ରକାରେ ଶୁକ୍ରବାର ସଂନ୍ଧ୍ୟାରେ ବ୍ୟବସାୟୀ ଜଣଙ୍କ ପରିବାର ସହ ଘର ତାଲା ପକାଇ କୌଣସି କାର୍ଯ୍ୟରେ ବ୍ରହ୍ମପୁର ଯାଇଥିଲେ । ରବିବାର ସକାଳ ୧୦ ଟା ରେ ସେ ବ୍ରହ୍ମପୁରରୁ ଫେରିଲା ପରେ ଘରର ମୁଖ୍ୟ ଫାଟକର ତାଲା ଖୋଲିଥିଲେ ଓ ଘର ଭିତରକୁ ଯିବା ବେଳେ ଘରର ୨ ଟି ଫାଟକର ତାଲା ଓ ଗେଡା କଟାଯାଇଥିବା ଦେଖିଥିଲେ । ପରେ ଘରେ ପଶି ଦେଖିଲେ ତାଙ୍କ ବେଡରୁମରେ ରହିଥିବା ଆଲିମିରା ଭାଙ୍ଗି ତା ଭିତରେ ରହିଥିବା ସୁନା ଅଳଙ୍କାର ଲୁଟି ନେଇଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri