ସୁନା ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରି ଲୁଟ୍‌ ଘଟଣା: ଅପରେଶନରେ ବହୁ ଯବାନ ସାମିଲ

ଦାରିଙ୍ଗବାଡ଼ି,୩୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ମଙ୍ଗଳବାର ପୂର୍ବାହ୍ନରେ ଡକାୟତି ହୋଇଥିବା ଘଟଣା ପରେ ଏବେ ଫେରାର ଥିବା ଡକାୟତି ଦଳକୁ ଧରିବା ପାଇଁ ପୋଲିସ ପକ୍ଷରୁ ଜୋରଦାର ଅପରେଶନ ଚାଲିଛି। କନ୍ଧମାଳ ଏସ୍‌ପି ଶୁଭେନ୍ଦୁ ପାତ୍ରଙ୍କ ତତ୍ତ୍ୱାବଧାନରେ ପାଞ୍ଚଟି ଥାନା ତଥା ବାଲିଗୁଡା, କ. ନୂଆଗାଁ, ଦାରିଙ୍ଗବାଡି, ରାଇକିଆ, ସାରଙ୍ଗ ଥାନା ଆଇଆଇସିମାନଙ୍କ ନେତୃତ୍ୱରେ ସ୍ବତନ୍ତ୍ର ଟିମ୍‌ ଜଙ୍ଗଲର ଶିକାନବାଡ଼ି ସମେତ ଗୁଞ୍ଜିବାଡ଼ି, ମଣ୍ଡବାଡ଼ି, ଜିଡୁବାଡ଼ି ଜଙ୍ଗଲକୁ ଚାରିପଟୁ ଘେରି ରହିଛନ୍ତି।

ମିଳିଥିବା ତଥ୍ୟ ଅନୁସାରେ, ତିନିଜଣିଆ ଡକାୟତ ଟିମ୍‌ ବାଲିଗୁଡ଼ାର ଜଣେ ସୁନା ବ୍ୟବସାୟୀଙ୍କୁ ଗୁଳି କରି ଲୁଟ୍‌ କରିବା ପରେ ସେମାନେ ଦାରିଙ୍ଗବାଡ଼ି ଥାନା ବାଡ଼ାବାଙ୍ଗା ପଞ୍ଚାୟତ ଡାଡାକେତା ଦେଇ ଦ୍ରୁତ ଗତିରେ ଯାଇଥିଲେ ସେମାନଙ୍କୁ ଦାରିଙ୍ଗବାଡ଼ି ପୋଲିସ ପିଛା କରିବାରୁ ସେମାନେ ବାଇକ୍‌ ଛାଡ଼ି ଜଙ୍ଗଲକୁ ଦୌଡ଼ି ପଳାଇଥିଲେ। ପୋଲିସ ଡକାୟତି ଦଳର ବାଇକ୍‌ ଜବତ କରିଥିବା ଚର୍ଚ୍ଚା ହେଉଛି। ତେବେ ଡକାୟତ ଟିମ୍‌ ହାତରେ ଖଣ୍ଡା ଓ ବନ୍ଧୁକ ରହିଥିବାରୁ ପୋଲିସ ହୋମଗାର୍ଡମାନେ ଭୟଭୀତ ହୋଇପଡ଼ିଥିଲେ ଓ କାବୁ କରି ପାରି ନ ଥିଲେ। ଏବେ ପୋଲିସ ଉକ୍ତ ଜଙ୍ଗଲରେ ରହୁଥିବା ଲୋକଙ୍କଠାରୁ ଖବର ସଂଗ୍ରହ କରି ଡକାୟତ ଟିମ୍‌କୁ ଧରିବାକୁ ପ୍ରୟାସ କରିଛି। ଜଙ୍ଗଲର ଚାରିପଟୁ ସଶସ୍ତ୍ର ପୋଲିସ ଜଗିରହିଥିବା ସହ ଡିଭିଏଏଫ୍‌ ପୋଲିସ ଜଙ୍ଗଲରେ ପାଟ୍ରୋଲିଂ କରୁଛି। ବିଭିନ୍ନ ଗାଁ ମୁଣ୍ଡରେ ପୋଲିସ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ କରୁଛି। ସେପଟେ ଡକାୟତମାନେ ଜନଜାତି ସମ୍ପ୍ରଦାୟର ଲୋକ ବସବାସ କରୁଥିବା ଗାଁରୁ ଲୋକଙ୍କୁ ଭୟଭୀତ କରି ଫେରାର ହେବାକୁ ବିଭିନ୍ନ ଉପାୟ ଅବଲମ୍ବନ କରିପାରନ୍ତି ବୋଲି ପୋଲିସ ଲୋକଙ୍କୁ ଭୟଭୀତ ନ ହେବାକୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ...

ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ):କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri