ଡକାୟତି ଯୋଜନା ପଣ୍ଡ: ୪ ଗିରଫ, ୨ ଫେରାର

ବଡ଼ବିଲ,୨୫ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଏକ ଡକାୟତି ଯୋଜନାକୁ ପଣ୍ଡ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଘଟଣାସ୍ଥଳରୁ ଏକ ଦେଶୀ ପିସ୍ତଲ, ଦୁଇ ରାଉଣ୍ଡ ଗୁଳି, ଦୁଇଟି ଛୁରି, ଲଙ୍କା ଗୁଣ୍ଡ ପାଉଚ ଓ ୬ଟି ବାଇକ୍‌ ଜବତ କରିଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଲାଣୀ ଥାନା ଅନ୍ତର୍ଗତ ଚମ୍ପୁଆବସ୍ତି ଅଞ୍ଚଳର ନବୀନ ମହାକୁଡ଼, ବଡ଼ବିଲ କଳିଙ୍ଗ ନ୍ୟୁ କଲୋନୀ ଅଞ୍ଚଳର ଆକାଶ କାରୁଆ, ଦାମୁ ହଟିଂ ଅଞ୍ଚଳର ରାଜା ଓରଫ୍‌ ରାଜେନ୍ଦ୍ର ମହାକୁଡ଼ ଏବଂ ପିଏଚ୍‌ଡି ମାଗାଜିନ ହଟିଂ ଅଞ୍ଚଳର ପଟା ଓରଫ୍‌ ମନୋଜ ମୁଣ୍ଡା। ଏହି ଘଟଣାରେ ସଂପୃକ୍ତ ଅନ୍ୟ ଦୁଇ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ବଡ଼ବିଲ ରାଜୀବ ବିହାର ନିକଟସ୍ଥ ପଡ଼ିଆରେ ସନ୍ଦିଗ୍ଧମାନେ ଏକତ୍ରିତ ହୋଇଥିବା ପୋଲିସକୁ ଖବର ମିଳିଥିଲା। ପୋଲିସର ପାଟ୍ରୋଲିଂ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଅତର୍କିତ ଚଢ଼ାଉ କରିଥିଲା। ଫଳରେ ୪ ସନ୍ଦିଗ୍ଧ ଅଭିଯୁକ୍ତଙ୍କୁ କାବୁ କରିବାକୁ ପୋଲିସ ସକ୍ଷମ ହୋଇଥିଲାବେଳେ ଆଉ ଦୁଇ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ତେବେ ପୋଲିସ ଘଟଣାସ୍ଥଳରୁ ଏକ ଦେଶୀ ପିସ୍ତଲ, ଦୁଇ ରାଉଣ୍ଡ ଜୀବନ୍ତ ଗୁଳି, ଦୁଇଟି ଛୁରି, ୪ଟି ଲଙ୍କା ଗୁଣ୍ଡ ପାଉଚ ଓ ୬ଟି ବାଇକ୍‌ ଜବତ କରିବା ସହ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ପଚରା ଉଚରାରୁ ଅଭିଯୁକ୍ତମାନେ ବଡ଼ବିଲ ଅଞ୍ଚଳରେ ଡକାୟତି ନେଇ ଯୋଜନା କରୁଥିଲେ ବୋଲି ପୋଲିସ କହିଛି। ଏ ନେଇ ବଡ଼ବିଲ ଥାନା କେସ୍‌ ନଂ ୨୬/୨୩ରେ ଏକ ମାମଲା ରୁଜୁ କରାଯାଇଛି ବୋଲି ବଡ଼ବିଲ ଥାନା ଆଇଆଇସି ରାଜେନ୍ଦ୍ର ସ୍ବାଇଁ ସୁଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍‌ଶୀଘ୍ର ଫେରାର ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରାଯିବ। ଅଭିଯୁକ୍ତ ୪ ଜଣଙ୍କୁ ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri