ଡକାୟତି ଯୋଜନା ପଣ୍ଡ: ୪ ଗିରଫ, ୨ ଫେରାର

ବଡ଼ବିଲ,୨୫ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଏକ ଡକାୟତି ଯୋଜନାକୁ ପଣ୍ଡ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଘଟଣାସ୍ଥଳରୁ ଏକ ଦେଶୀ ପିସ୍ତଲ, ଦୁଇ ରାଉଣ୍ଡ ଗୁଳି, ଦୁଇଟି ଛୁରି, ଲଙ୍କା ଗୁଣ୍ଡ ପାଉଚ ଓ ୬ଟି ବାଇକ୍‌ ଜବତ କରିଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଲାଣୀ ଥାନା ଅନ୍ତର୍ଗତ ଚମ୍ପୁଆବସ୍ତି ଅଞ୍ଚଳର ନବୀନ ମହାକୁଡ଼, ବଡ଼ବିଲ କଳିଙ୍ଗ ନ୍ୟୁ କଲୋନୀ ଅଞ୍ଚଳର ଆକାଶ କାରୁଆ, ଦାମୁ ହଟିଂ ଅଞ୍ଚଳର ରାଜା ଓରଫ୍‌ ରାଜେନ୍ଦ୍ର ମହାକୁଡ଼ ଏବଂ ପିଏଚ୍‌ଡି ମାଗାଜିନ ହଟିଂ ଅଞ୍ଚଳର ପଟା ଓରଫ୍‌ ମନୋଜ ମୁଣ୍ଡା। ଏହି ଘଟଣାରେ ସଂପୃକ୍ତ ଅନ୍ୟ ଦୁଇ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ବଡ଼ବିଲ ରାଜୀବ ବିହାର ନିକଟସ୍ଥ ପଡ଼ିଆରେ ସନ୍ଦିଗ୍ଧମାନେ ଏକତ୍ରିତ ହୋଇଥିବା ପୋଲିସକୁ ଖବର ମିଳିଥିଲା। ପୋଲିସର ପାଟ୍ରୋଲିଂ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଅତର୍କିତ ଚଢ଼ାଉ କରିଥିଲା। ଫଳରେ ୪ ସନ୍ଦିଗ୍ଧ ଅଭିଯୁକ୍ତଙ୍କୁ କାବୁ କରିବାକୁ ପୋଲିସ ସକ୍ଷମ ହୋଇଥିଲାବେଳେ ଆଉ ଦୁଇ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ତେବେ ପୋଲିସ ଘଟଣାସ୍ଥଳରୁ ଏକ ଦେଶୀ ପିସ୍ତଲ, ଦୁଇ ରାଉଣ୍ଡ ଜୀବନ୍ତ ଗୁଳି, ଦୁଇଟି ଛୁରି, ୪ଟି ଲଙ୍କା ଗୁଣ୍ଡ ପାଉଚ ଓ ୬ଟି ବାଇକ୍‌ ଜବତ କରିବା ସହ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ପଚରା ଉଚରାରୁ ଅଭିଯୁକ୍ତମାନେ ବଡ଼ବିଲ ଅଞ୍ଚଳରେ ଡକାୟତି ନେଇ ଯୋଜନା କରୁଥିଲେ ବୋଲି ପୋଲିସ କହିଛି। ଏ ନେଇ ବଡ଼ବିଲ ଥାନା କେସ୍‌ ନଂ ୨୬/୨୩ରେ ଏକ ମାମଲା ରୁଜୁ କରାଯାଇଛି ବୋଲି ବଡ଼ବିଲ ଥାନା ଆଇଆଇସି ରାଜେନ୍ଦ୍ର ସ୍ବାଇଁ ସୁଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍‌ଶୀଘ୍ର ଫେରାର ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରାଯିବ। ଅଭିଯୁକ୍ତ ୪ ଜଣଙ୍କୁ ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri