ଗାଁରେ ଡକାୟତ ଆତଙ୍କ: ଜଣଙ୍କୁ ଧରି ଉତ୍ତମମଧ୍ୟମ ଦେଲେ ଗ୍ରାମବାସୀ

ନୟାଗଡ଼,୧୨।୧୧(ଲୋକନାଥ ମିଶ୍ର): ନୟାଗଡ ଟାଉନ ଥାନା ଶୁଳିଆ ଗାଁରେ ବିଳମ୍ବିତ ରାତିରେ ଘଟିଛି ବୋମାମାଡ଼। ଶୁଳିଆ ଗାଁରେ ରାସ୍ତା କାମ ଚାଲୁଥିବାରୁ ଦୁଇଜଣ ଯୁବକ ସିମେଣ୍ଟ ଜଗିବାକୁ ରାସ୍ତା ପାଖରେ ରହିଥିଲେ। ୬ଜଣ ଲୋକ ରାତି ପ୍ରାୟ ସାଢେ ବାରଟା ସମୟରେ ଶୁଳିଆ ଗାଁ ନିକଟରେ ବିଭିନ୍ନ ମାରଣାସ୍ତ୍ର ଧରି ବୁଲୁଥିବା ଦେଖି ଯୁବକ ଦୁଇଜଣ ଗାଁ ଲୋକଙ୍କୁ ଡାକିଥିଲେ। ଗ୍ରାମବାସୀମାନେ ପଳାଇଆସିବା ଦେଖି ଦୁର୍ବୃତ୍ତମାନେ ଗ୍ରାମବାସୀଙ୍କ ଉପରକୁ ୩ଟି ବୋମା ଫୋପାଡି ଥିଲେ । ବୋମାମାଡରେ ଗାଁର ଉପେନ୍ଦ୍ର ଖଟେଇ , ସୁମନ୍ତ ବାରିକ ଏବଂ ଶତୃଘ୍ନ ବାରିକ ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କର ଯାଇଛି । ୫ ଜଣ ଦୁର୍ବୃତ୍ତ ବୋମାମାଡ କରି ଫେରାର୍‌ ହୋଇଯାଇଥିବାବେଳେ କଇଥଗାଡିଆ ଗ୍ରାମର ଅକୃର ପ୍ରଧାନକୁ ଧରି ଗ୍ରାମବାସୀ ଉତ୍ତମ ମଧ୍ୟମ ଦେଇଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳକୁ ଯାଇ ଅକୃରକୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ପରବର୍ତ୍ତୀ ସମୟରେ ଅକୃରକୁ ପୋଲିସ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିବା ପରେ ସେଠାରେ ମଧ୍ୟ ଉତ୍ତେଜନା ଦେଖାଦେଇଥିଲା । ଆହତଙ୍କ ସମ୍ପର୍କୀୟମାନେ ଅକୃରକୁ ମେଡିକାଲରେ ମଧ୍ୟ ପ୍ରବଳ ମାଡ ମାରିଥିଲେ । ଦୁର୍ବୃତ୍ତମାନେ ଡକାୟତୀ କରିବା ପାଇଁ ଯାଇଥିବା ଶୂଳିଆ ଗ୍ରାମବାସୀ କହୁଥିବାବେଳେ ଧରାପଡିଥିବା ଅକୃରକାଠ ଚୋରି କରିବାକୁ ଯାଇଥିଲେ ବୋଲି କହିଛି । ଖସିଯାଇଥିବା ସମସ୍ତ ଲୋକ କଇଥଗାଡିଆ ଗ୍ରାମର ବୋଲି ଅକୃର ସୂଚନା ଦେଇଛି । ଗ୍ରାମବାସୀ ଜବତ କରିଥିବା ଡକାୟତଙ୍କ ଦୁଇଟି ବାଇକକୁ ପୋଲିସ ଥାନାକୁ ଆଣି ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri