ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌ କରି ଖସି ପଳାଉଥିଲେ, ଧରି ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୮ା୮: ବାଲେଶ୍ୱର ଜିଲା ସୋର ଅନନ୍ତପୁର ରାସ୍ତା ପାଖ ଛକ ନିକଟରେ ବିଳମ୍ବିତ ରାତିରେ ଦୁଇଟି ବାଇକ୍‌ରେ ୩ ଜଣ ଯୁବକ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ୍‌ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ ମିଳିତ ଭାବରେ ଲୁଟେରାକୁ ଉତ୍ତମ ମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କରିଛନ୍ତି।

ଘଟଣାରୁ ପ୍ରକାଶ, ବାଇକ୍‌ ଯୋଗେ ମଲିପୁର ଯାଉଥିବା ବସନ୍ତ ପାତ୍ରଙ୍କୁ ଦୁଇ ବାଇକ୍‌ରେ ତିନି ଲୁଟେରା ଅଟକାଇ ତାଙ୍କ ମୁଣ୍ଡରେ ବନ୍ଧୁକ ଓ ଛୁରି ଲଗାଇ ବସନ୍ତଙ୍କ ନିକଟରେ ଥିବା ଟଙ୍କା ଓ ଏଟିଏମ୍‌ ଲୁଟ୍‌ କରି ଫେରାର ହୋଇଯାଉଥିଲେ। ବସନ୍ତ ପାଟି କରି ଡାକିବାରୁ ସ୍ଥାନୀୟ ଲୋକେ ଆଗ ଛକରେ ଲୁଟେରାଙ୍କୁ ଅଟକାଇଥିଲେ। ଦୁଇ ଲୁଟେରା ଖସି ଯାଇଥିଲେ। ଜଣେ ଲୁଟେରାକୁ ଗ୍ରାମବାସୀ କାବୁ କରିଥିଲେ। ଏହା ପରେ ତାଙ୍କୁ ବାନ୍ଧି ନିର୍ଧୂମ ଛେଚି ପୋଲିସ ଜିମା ଦେଇଛନ୍ତି ଗ୍ରାମବାସୀ । ଲୁଟେରାଙ୍କ ଠାରୁ ଲୋକେ ବନ୍ଧୁକ, ଛୁରି ଓ ଗୋଟିଏ ବାଇକ୍‌ ଜବତ କରି ପୋଲିସ ଜିମା ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ କରାଯାଇଥିବା ଏକ ଉଲ୍ଲେଖର ପ୍ରତିକ୍ରିୟାରେ ସୋସିଆଲ ମିଡିଆରେ ‘ଦିମାଗି ନକ୍ସଲ ପାର୍ଟି’ (ବୌଦ୍ଧିକ ନକ୍ସଲ ପାର୍ଟି)…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri