Posted inଜାତୀୟ

ଅଫିସରୁ ଘରକୁ ଫେରୁଥିବା ବେଳେ ଯୁବତୀଙ୍କୁ ଆକ୍ରମଣ କଲେ ଦୃର୍ବୁତ୍ତ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ଏଠାରୁ ପ୍ରତିଦିନ ଅପରାଧ ଜଡ଼ିତ ଖବର ସାମ୍‌ନାକୁ ଆସୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଦିଲ୍ଲୀର ପାଣ୍ଡବ ନଗର ଅଞ୍ଚଳରେ ରହୁଥିବା ଜଣେ ଯୁବତୀ ଏକ ଘରୋଇ କମ୍ପାନୀରେ ଚାକିରୀ କରନ୍ତି। ଗୁରୁବାର ଅଫିସ୍‌ରୁ ଘରକୁ ଫେରୁଥିବା ବେଳେ ୨ଜଣ ଯୁବକ ତାଙ୍କୁ ପିଛା କରି ଗଳି ରାସ୍ତାରେ କେହି ନ ଥିବା ବେଳେ ତାଙ୍କୁ ଆକ୍ରମଣ କରିଥିଲେ। ୨ଜଣ ଯୁବକ ଯୁବତୀଙ୍କୁ ତଣ୍ଟି ଚିପି ତଳେ ପକାଇଦେବା ପରେ ତାଙ୍କ ପାଖରୁ ଟଙ୍କା, ଫୋନ ଓ ଅନ୍ୟାନ୍ୟ ଜିନିଷ ଲୁଟ୍‌ କରି ନେଇଯାଇଥିଲେ। ସେହି ସମୟରେ ଟ୍ୟୁସନ୍‌ ଯାଉଥିବା ୨ଜଣ ପିଲା ରାସ୍ତାରେ ଅଟକି ସ୍ତବ୍ଧ ହୋଇଯାଇଥିଲେ। ଦୃର୍ବୁତ୍ତମାନେ ଘଟଣାସ୍ଥଳରୁ ପଳାଇଯିବା ପରେ ସେମାନେ ଯାଇଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆଭୟ ସୃଷ୍ଟି ହୋଇଥିବା ବେଳେ ଘଟଣାର ସମସ୍ତ ଦୃଶ୍ୟ ସିସିଟିଭିରେ କଏଦ୍‌ ହୋଇଛି। ଏହାପରେ ପୀଡ଼ିତା ଯୁବତୀ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇବା ପରେ ପୋଲିସ ସିସିଟିଭିକୁ ଆଧାର କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri