Posted inଜାତୀୟ

‘ଜନତାଙ୍କୁ ନେଇ ସରକାର, ସରକାରଙ୍କୁ ନେଇ ଜନତା ନୁହେଁ’

ନୂଆଦିଲ୍ଲୀ,୫।୮: ଦରବୃଦ୍ଧି ଓ ବେରୋଜଗାରୀକୁ ନେଇ କଂଗ୍ରେସ ଶୁକ୍ରବାର ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ କରୁଛି। ଏହି କ୍ରମରେ ଦିଲ୍ଲୀରେ କଂଗ୍ରେସର ବରିଷ୍ଠ କର୍ମକର୍ତ୍ତା ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆନ୍ଦୋଳନ ବେଳେ ପୋଲିସ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଅଟକାଇଥିଲା। ଏହାକୁ ନେଇ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ବାମୀ ରବର୍ଟ ଭଦ୍ରା ଟୁଇଟ କରି ମୁଦ୍ରାସ୍ଫୀତି, ଅର୍ଥନୀତି ଏବଂ ବେକାରୀ ସମସ୍ୟା ସମ୍ପର୍କରେ କେନ୍ଦ୍ରରେ ଥିବା ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିଛନ୍ତି। ରବର୍ଟ ଭଦ୍ରା ଏକ ଫେସବୁକ ପୋଷ୍ଟରେ ଲେଖିଛନ୍ତି, ଜନତାଙ୍କୁ ନେଇ ସରକାର, ସରକାରଙ୍କୁ ନେଇ ଜନତା ନୁହେଁ। ଏଥିସହ ସେ କହିଛନ୍ତି, ଜନସାଧାରଣଙ୍କ ସ୍ବରକୁ ଚାପି ଦେବା ପାଇଁ ମୁଦ୍ରାସ୍ଫୀତି ଏବଂ ଖାଦ୍ୟ ଉପରେ ଜିଏସ୍‌ଟି ଲାଗୁ କରି ସରକାରଙ୍କ ଉପରେ ଉଠିଥିବା ପ୍ରଶ୍ନକୁ ଶେଷ କରିପାରିବେ ନାହିଁ। ଦିନକୁ ଦିନ ବଢ଼ୁଥିବା ବେକାରୀ ସମସ୍ୟାକୁ ଦୂର କରିବା ପାଇଁ ସରକାର କ’ଣ କରୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ଜନସାଧାରଣଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ସରକାର ଭୁଲିପାରିବେ, କିନ୍ତୁ ଜନସାଧାରଣ ନୁହେଁ। ଲୋକଙ୍କ ସ୍ବରକୁ ଦମନ କରାଯାଇପାରିବ ନାହିଁ କିମ୍ବା ଅଣଦେଖା କରାଯାଇପାରିବ ନାହିଁି। କାରଣ ଜନତାଙ୍କୁ ନେଇ ସରକାର, ସରକାରଙ୍କୁ ନେଇ ଜନତା ନୁହେଁ ବୋଲି ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି ରବର୍ଟ ଭଦ୍ରା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?