Posted inଖେଳ

ଏହି କାରଣରୁ ଜଣେ ଯୁବତୀଙ୍କୁ ଦୁଇଥର ବିବାହ କରିଥିଲେ ରବିନ୍‌ ଉଥପ୍ପା: ବିବାହ ପାଇଁ ପରିବାର ସହ ଲଢ଼ିଥିଲେ..

ନୂଆଦିଲ୍ଲୀ,୧୦।୯: ଗତ ୫ ବର୍ଷ ଧରି ଅନ୍ତରାଷ୍ଟ୍ରୀୟ କ୍ରିକେଟ ଖେଳି ନାହାନ୍ତି ରବିନ ଉଥପ୍ପା। ହେଲେ ସେ ଘରୋଇ କ୍ରିକେଟରେ ସକ୍ରିୟ ଅଛନ୍ତି। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ତାଙ୍କ ନାମରେ ଏକାଧିକ ରେକର୍ଡ ଅଛି। ସେ ୪୦୦୦ରୁ ଅଧିକ ରନ୍‌ କରିଥିବା ୬ଷ୍ଠ ଭାରତୀୟ। ଏହାଛଡ଼ା ସବୁଠାରୁ ଅଧିକ ଅର୍ଦ୍ଧଶତକ କରିଥିବା ଟପ୍‌-୧୦ତାଲିକାରେ ତାଙ୍କ ନାମ ରହିଛି। ୨୦୧୪ରୁ ସେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ଖେଳି ଆସୁଛନ୍ତି।

୨୦୧୬ ମାର୍ଚ୍ଚ ୩ ତାରିଖରେ ଭାରତର ପୂର୍ବ ଟେନିସ ତାରକା ଶୀତଲ ଗୌତମଙ୍କୁ ବିବାହ କରିଥିଲେ ଉଥପ୍ପା। ୨୦୦୯ରେ ଏକ ବନ୍ଧୁଙ୍କ ଯୋଗୁ ଉଭୟ ପରସ୍ପରକୁ ଭେଟିବା ପରେ ଦୀର୍ଘଦିନ ଧରି ଡେଟ୍‌ କରୁଥିଲେ। ହେଲେ ଭିନ୍ନ ଧର୍ମର ହୋଇଥିବା ହେତୁ ସେମାନଙ୍କ ବିବାହରେ ଅନେକ ବାଧାବିଘ୍ନ ଆସିଥିଲା। କାରଣ ଉଥପ୍ପା ଖ୍ରିଷ୍ଟିଆନ୍‌ ଥିବା ବେଳେ ଶୀତଲ ହିନ୍ଦୁ ଥିଲେ। ଉଭୟଙ୍କ ବିବାହ ପାଇଁ ପରିବାରଲୋକେ ରାଜି ହୋଇ ନ ଥିଲେ। ସେତେବେଳକୁ ବିବାହ ପାଇଁ ଉଥପ୍ପା ଶୀତଲଙ୍କୁ ପ୍ରପୋଜ କରିସାରିଥିଲେ।

ପ୍ରଥମେ ଉଥପ୍ପା ପରିବାରଲୋକଙ୍କୁ ରାଜି କରାଇଥିଲେ। ଧିରେ ଧିରେ ଶୀତଲଙ୍କ ପରିବାର ମଧ୍ୟ ବିବାହ ପାଇଁ ରାଜି ହୋଇଥିଲେ। ଶେଷରେ ୨୦୧୬ ମାର୍ଚ୍ଚ ୩ ତାରିଖରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ପ୍ରଥମେ ଇସାଇ ଧର୍ମାନୁଯାୟୀ ସେମାନଙ୍କର ବିବାହ ହୋଇଥିଲା। ଉକ୍ତଦିନ ଅପରାହ୍ନରେ ରିସେପ୍ସନ ରଖାଯାଇଥିଲା। ଏହାର ଏକ ସପ୍ତାହ ଅର୍ଥାତ ମାର୍ଚ୍ଚ ୧୧ରେ ଉଭୟ ହିନ୍ଦୁ ରୀତିନୀତି ଅନୁଯାୟୀ ପୁଣି ଥରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍‌: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର

ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍‌ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?