Posted inଖେଳ

ଅପମାନଜନକ ଟୁଇଟ୍‌ ପାଇଁ ରବିନସନ୍‌ ସସ୍‌ପେଣ୍ଡ

ଲଣ୍ଡନ, ୮ା୬ (ଏପି)-ଇଂଲଣ୍ଡ ଫାଷ୍ଟ ବୋଲର ଓଲି ରବିନସନ୍‌ଙ୍କୁ ଅନ୍ତର୍ଜାତୀୟ କ୍ରିକେଟରୁ ସସ୍‌ପେଣ୍ଡ କରାଯାଇଛି। ୨୦୧୨-୧୩ରେ ସୋସିଆଲ ମିଡିଆରେ ସେ ଅପମାନଜନକ ଟୁଇଟ୍‌ ପୋଷ୍ଟ କରିଥିଲେ। ରବିନସନ୍‌ଙ୍କ ବିରୋଧରେ ଶୃଙ୍ଖଳାଗତ ତଦନ୍ତ ଆରମ୍ଭ ହୋଇଛି। ଗୁରୁବାରଠାରୁ ଖେଳାଯିବାକୁଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ ପାଇଁ ଉପଲବ୍ଧ ହେବେନାହିଁ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ରବିବାର ସ୍ପଷ୍ଟ କରିଛି। ରବିନସନ୍‌ ଲଡର୍‌ସଠାରେ ସିରିଜର ପ୍ରଥମ ମ୍ୟାଚରେ ତାଙ୍କ ଟେଷ୍ଟ ପଦାର୍ପଣ କରିଥିଲେ। ନ୍ୟୁଜିଲାଣ୍ଡର ଦୁଇଟି ଇନିଂସରେ ସେ ୭ଉଇକେଟ ନେବା ସହ ଇଂଲଣ୍ଡ ପ୍ରଥମ ଇନିଂସରେ ୪୨ ରନ କରିଥିଲେ। ରବିନସନ୍‌ ତାଙ୍କ ଜାତିଆଣ ଓ ଯୌନଭିତ୍ତିକ ଟୁଇଟ ପୋଷ୍ଟ କଲାବେଳେ ତାଙ୍କୁ ୧୮ କିମ୍ବା ୧୯ ବର୍ଷ ବୟସ ହୋଇଥିଲା। ଟେଷ୍ଟମ୍ୟାଚର ପ୍ରଥମ ଦିବସରେ ତାହା ସୋସିଆଲ ମିଡିଆରେ ପୁନର୍ବାର ଦେଖିବାକୁ ମିଳିଥିଲା। ରବିନସନ୍‌ ଏହା ଯେତେବେଳ ଜାଣିବାକୁ ପାଇଲେ ସେଦିନ ଷ୍ଟମ୍ପ ଅପସାରଣ ପରେ ତାଙ୍କ ଆଖିରେ ଲୁହ ଆସିଯାଇଥିଲା। ସେ ତାଙ୍କର ଏହି କାର୍ଯ୍ୟପାଇଁ କ୍ଷମା ପ୍ରାର୍ଥନା ମଧ୍ୟ କରିଥିଲେ। ସେ କହିଛନ୍ତି ତାଙ୍କ ଜାତିବାଦ ଓ ଯୌନବାଦ ଟିପ୍ପଣୀକୁ ନେଇ ସେ ଏବେ ଲଜ୍ଜା ଅନୁଭବ କରୁଛନ୍ତି। ଏହାକୁ ସେ ୮ ବର୍ଷ ପୂର୍ବେ ପୋଷ୍ଟ କରିଥିଲେ। ସେତେବେଳେ ସେ ସ୍ବଳ୍ପ ବୟସ୍କ ଥିଲେ। ବର୍ତ୍ତମାନ ତାହା ସାର୍ବଜନୀନ ହୋଇଛି। କିନ୍ତୁ ସେ ସ୍ପଷ୍ଟ କରିବାକୁ ଚାହାନ୍ତି ଯେ, ସେ ଜାତିବାଦୀ କିମ୍ବା ଯୌନବାଦୀ ନୁହନ୍ତି। ରବିନସନ୍‌ଙ୍କୁ ତୁରନ୍ତ ଇଂଲଣ୍ଡ କ୍ୟାମ୍ପ ଛାଡ଼ିବାକୁ ହୋଇଛି। ସେ ତାଙ୍କ କାଉଣ୍ଟି କ୍ଲବ ସସେକ୍ସକୁ ଫେରିଯିବେ। ରବିନସନ୍‌ଙ୍କୁ ସସ୍‌ପେଣ୍ଡ କରାଯିବା ପରେ କ୍ରିକେଟ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri