ମହିଳା ରିପୋର୍ଟରଙ୍କୁ ରୋବୋର ଅଶ୍ଳୀଳ ଆଚରଣ

ରିୟାଧ: ସାମ୍ପ୍ରତିକ ପରିସ୍ଥିତିରେ ବିଭିନ୍ନ ଆଧୁନିକ ପ୍ରଯୁକ୍ତିବିଦ୍ୟାର ବ୍ୟବହାର କରାଯାଇ ଅସମ୍ଭବକୁ ସମ୍ଭବ କରାଯାଇପାରୁଛି। ଏହି କ୍ରମରେ ଏବେ ରୋବଟ୍‌ମାନେ ମଣିଷର ବିକଳ୍ପ ଭାବେ କେତେକ କ୍ଷେତ୍ରରେ କାର୍ଯ୍ୟ କରିପାରୁଛନ୍ତି। କିନ୍ତୁ ବହୁ ସମୟରେ ରୋବଟ୍‌ଗୁଡ଼ିକୁ ତିଆରି କରିବା ବେଳେ ମେଶିନ୍‌ରେ କିଛି ତ୍ରୁଟି ପରିଲକ୍ଷିତ ହୋଇଥାଏ, ଯାହା ଦ୍ୱାରା ରୋବଟ୍‌ ଇଚ୍ଛା ବିପରୀତ କାମ କରିବାକୁ ଲାଗିଥାଏ। ସାଉଦି ଆରବରେ ପ୍ରସ୍ତୁତ ହୋଇଥିବା ପ୍ରଥମ ହ୍ୟୁମାନଏଡ୍‌ ରୋବଟ୍‌ର ମଧ୍ୟ ଏପରି କିଛି କାରନାମା ସାମ୍‌ନାକୁ ଆସିଛି, ଯାହାକୁ ନେଇ ସାମାଜିକ ଗଣମାଧ୍ୟମରେ ଏବେ ଚର୍ଚ୍ଚା ଜୋର ଧରିଛି।
ସାଉଦି ଆରବର ପ୍ରଥମ ହ୍ୟୁମାନଏଡ୍‌ ରୋବଟ୍‌ ‘ମହମଦ’ର ଉଦ୍‌ଘାଟନ ସମୟରେ ରିପୋର୍ଟ ସଂଗ୍ରହ କରିବାକୁ ଅନେକ ଗଣମାଧ୍ୟମ ପ୍ରତିନିଧିଙ୍କ ଭିଡ଼ ଲାଗି ରହିଥିଲା। ଏହି ଅବସରରେ ଏକ ସ୍ଥାନୀୟ ବୈଦ୍ୟୁତିକ ଗଣମାଧ୍ୟମର ରିପୋର୍ଟର ରାବ୍ୟା କସିମ୍‌ ଉକ୍ତ ରୋବଟ୍‌କୁ କିଛି ପ୍ରଶ୍ନ କରିଥିଲେ। ପ୍ରଶ୍ନର ଉତ୍ତର ଦେଉଥିବା ସମୟରେ ରୋବଟ୍‌ଟି ଉକ୍ତ ମହିଳା ରିପୋର୍ଟରଙ୍କୁ ଅସ୍ବାଭାବିକ ଭାବେ ସ୍ପର୍ଶ କରିଥିଲା। ଏହି ଦୃଶ୍ୟ ଲାଇଭ୍‌ କ୍ୟାମେରାରେ କଏଦ୍‌ ହୋଇଯାଇଥିଲା। ଭିଡିଓରେ ରୋବଟ୍‌ ‘ମହମଦ’ର ହାତ ଚାଳନାରୁ ସେ ରାବ୍ୟାଙ୍କ ସହ ଅଶ୍ଳୀଳ ଆଚରଣ କରୁଥିବା ଦର୍ଶାଇ ସାମାଜିକ ଗଣମାଧ୍ୟମରେ ଅନେକ ୟୁଜର୍ସ ଏହି ରୋବଟ୍‌ର ନିର୍ମାଣକାରୀ ସଂସ୍ଥା ଉପରେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri