Posted inଜାତୀୟ

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ ଭିନ୍ନ ଏବଂ ଆଧୁନିକ ଅନୁଭୂତି ମିଳୁଛି। ଏହି ଢାବାରେ ଏବେ ଜଣେ ରୋବୋ ଓ୍ବେଟର ଗ୍ରାହକମାନଙ୍କୁ ଖାଦ୍ୟ ପରଷୁଥିବା ଦେଖିବାକୁ ମିଳିଛି, ଯାହାକୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ପ୍ରକାଶ ପାଇଛି।
ଢାବା ମ୍ୟାନେଜର ସଞ୍ଜୟଙ୍କ କହିବା ଅନୁଯାୟୀ, ବେଙ୍ଗାଲୁରୁର ଏକ ବିଶେଷଜ୍ଞ ଦଳ ସହାୟତାରେ ଏହି ରୋବୋ ପ୍ରସ୍ତୁତ କରାଯାଇଛି। ମୁରଥଲ ଆସୁଥିବା ପର୍ଯ୍ୟଟକଙ୍କୁ କେବଳ ସ୍ବାଦିଷ୍ଟ ଖାଦ୍ୟ ନୁହେଁ, ବରଂ ନୂତନ ପ୍ରଯୁକ୍ତିବିଦ୍ୟାର ଏକ ସୁନ୍ଦର ଅନୁଭୂତି ଦେବା ଏହାର ମୁଖ୍ୟ ଉଦ୍ଦେଶ୍ୟ। ଏହି ରୋବୋ ପରିଚାଳନା କରିବା ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ରହିଛି, ଯେଉଁମାନେ ସଫ୍ଟୱେର ଏବଂ ରିମୋଟ କଣ୍ଟ୍ରୋଲ ସାହାଯ୍ୟରେ ଏହାକୁ ନିୟନ୍ତ୍ରଣ କରୁଛନ୍ତି।
ଫାଇବରରେ ନିର୍ମିତ ଏହି ରୋବୋ ଆଖିରେ ଏଲ୍‌ଇଡି ଲାଇଟ୍‌ ଲାଗିଛି। ଏହାର ଲାଲରଙ୍ଗର ଆଲୋକ ଏହାକୁ ଏକ ଫ୍ୟୁଚରିଷ୍ଟିକ୍‌ ବା ଭବିଷ୍ୟତର ରୋବଟ୍‌ ଭଳି ରୂପ ଦେଉଛି। ଥରେ ଚାର୍ଜ କଲେ ଏହା ପ୍ରାୟ ୧.୫ ରୁ ୨ ଘଣ୍ଟା ପର୍ଯ୍ୟନ୍ତ କାମ କରିପାରେ। ନେଭିଗେଶନ ସିଷ୍ଟମ ସାହାଯ୍ୟରେ ଏହା ନିଜ ପାଇଁ ନିର୍ଦ୍ଧାରିତ ରାସ୍ତାରେ ଯାଇ ନିର୍ଦ୍ଦିଷ୍ଟ ଟେବୁଲରେ ଖାଦ୍ୟ ପହଞ୍ଚାଉଛି। ଏହି ରୋବଟ୍‌ ଦ୍ୱାରା ସେବା ପାଇଁ ଗ୍ରାହକଙ୍କଠାରୁ କୌଣସି ଅତିରିକ୍ତ ଶୁଳ୍କ ନିଆଯାଉନାହିଁ।
ଏହି ରୋବୋ ଓ୍ବେଟର ଢାବାକୁ ଆସୁଥିବା ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିଛି। ବିଶେଷକରି ଶିଶୁମାନେ ଏହାକୁ ଦେଖି ବେଶ୍‌ ଆନନ୍ଦିତ ହେଉଛନ୍ତି। ରୋବଟ୍‌ ଖାଦ୍ୟ ଧରି ଯାଉଥିବା ସମୟରେ ଗ୍ରାହକମାନେ ମୋବାଇଲ ବାହାରକରି ଏହାର ଭିଡିଓ ରେକର୍ଡ କରିବା ସହ ସେଲ୍‌ଫି ନେଉଥିବା ଦେଖିବାକୁ ମିଳୁଛି। ସୂଚନାଯୋଗ୍ୟ, ୨ ବର୍ଷ ପୂର୍ବେ ଅହମଦାବାଦର ଏକ କାଫେରେ ମଧ୍ୟ ‘ଆଇସା’ ନାମକ ଏକ ରୋବୋ ଗ୍ରାହକଙ୍କୁ ଆଇସ୍‌ ଗୋଲା ପରଷି ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?