ବେଆଇନ ପଥର ଖାଦାନରେ ଅଘଟଣ: ୨ ଶ୍ରମିକଙ୍କ ମୃତ, ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା

ମାଲକାନଗିରିରେ,୧୬।୨: ମାଲକାନଗିରି ଜିଲାରେ ବେଆଇନ ପଥର ଖାଦାନରୁ ପଥର ଖସି ଦୁଇ ଶ୍ରମିକଙ୍କ ପ୍ରାଣହାନି ଘଟିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି।

ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ପ୍ରାୟ ସମୟରେ ତାରିଣୀ ମନ୍ଦିର ପଛପଟେ ଥିବା ପଥର କୁଆନାରୀ ନାମକ ଏକ ବେଆଇନ ଖାଦାନରେ ଶ୍ରମିକମାନେ ଟ୍ରାକ୍ଟରରେ ମୋରମ୍ ଲୋଡ୍ କରୁଥିଲେ। ସେହି ସମୟରେ ପାହାଡ଼ ଉପରୁ ହଠାତ୍ ଏକ ବିଶାଳ ପଥର ଖସି ଶ୍ରମିକମାନଙ୍କ ଉପରେ ପଡ଼ିଥିଲା। ଫଳରେ ଜଣେ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଚମ୍ପାଘରୀ ଗ୍ରାମର ମିଟୁ ମାଢ଼ି ଏବଂ ଗଦବା ଗ୍ରାମର କୁଶ ଦାସ। ଆହତ ହେଉଛନ୍ତି ଚମ୍ପାଘରୀର ବିଜୟ ରାଓ।

ଏହି ଦୁର୍ଘଟଣା ପରେ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହି ଅଞ୍ଚଳରେ ଦୀର୍ଘ ଦିନ ଧରି ବେଆଇନ ଭାବେ ପଥର ଖନନ କାର୍ଯ୍ୟ ଚାଲିଥିବା ଏବଂ ଏଥିପାଇଁ କୌଣସି ସୁରକ୍ଷା ବ୍ୟବସ୍ଥା ନଥିବା ନେଇ ଲୋକେ ଅଭିଯୋଗ କରିଛନ୍ତି। ବେଆଇନ ଖଣି କାରବାର ଯୋଗୁଁ ବାରମ୍ବାର ଶ୍ରମିକମାନଙ୍କ ଜୀବନ ବିପଦରେ ପଡୁଥିବାରୁ ପ୍ରଶାସନର ନିଷ୍କ୍ରିୟତାକୁ ନେଇ ପ୍ରଶ୍ନ ଉଠିଛି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?