Posted inଭଦ୍ରକ

୧୦୦ ଫୁଟ ଧସିଲା ପଥର ପ୍ୟାକିଂ

ଆରଡ଼ି,୨୧ା୮(ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁଁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କଠାରେ ୨୦ନଂ. ଜାତୀୟ ରାଜପଥର ବୈତରଣୀ ନଦୀର କୟଁାଗୋଲା ସେତୁ ପାର୍ଶ୍ୱ ରାସ୍ତାରେ ନିର୍ମାଣାଧୀନ ପଥର ପ୍ୟାକିଂ ଗୁରୁବାର ପ୍ରାୟ ୧୦୦ ଫୁଟ ଧସିଯାଇଛି । ପୂର୍ବରୁ ଏଠାରେ ବାରମ୍ବାର ମାଟି ଅତଡ଼ା ଖସି ରାସ୍ତା ପ୍ରତି ବିପଦ ସୃଷ୍ଟି କରୁଥିଲା । ଏହାକୁ ପଥର ପ୍ୟାକିଂ କରିବା ପାଇଁ ଏନ୍‌ଏଚ୍‌ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା । ଜଣେ ଠିକାଦାର ଏହି ପଥର ପ୍ୟାକିଂ କାମ ହାତକୁ ନେଇ ନିର୍ମାଣ କାର୍ଯ୍ୟ ଜାରି ରଖିଥିଲେ। ଉପଯୁକ୍ତ ଭାବେ ପଥର ପ୍ୟାକିଂ କରାଯାଇ ରାସ୍ତାକୁ ମଜଭୁତ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ରାସ୍ତା ଦେଇ ଦୈନନ୍ଦିନ ଶହଶହ ଗାଡ଼ି ଆରଡିରୁ ଯାଜପୁର, କଟକ ଓ ଭୁବନେଶ୍ୱରକୁ ଯାତାୟାତ କରନ୍ତି। ରାସ୍ତା ପାର୍ଶ୍ୱ ପଥର ପ୍ୟାକିଂ ଧସିଲେ ଯାନବାହନ ଚଳାଚଳରେ ବାଧା ଉପୁଜିବା ସହ ଯୋଗାଯୋଗ ବିଚ୍ଛିନ୍ନ ହେବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri